ପଣା ସଂକ୍ରାନ୍ତିରେ ନିର୍ଧୁମ ବର୍ଷା

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଓଡ଼ିଶାରେ ଅନେକ ସ୍ଥାନରେ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ଲାଗି ରହିଛି । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେଉଛି । ଏଭଳି ସ୍ଥିତି ଆହୁରି ୫ ଦିନ ଅର୍ଥାତ ୧୯ ତାରିଖ ପର୍ଯ୍ୟନ୍ତ ଲାଗି ରହିବ । ଆଜି ପଣା ସଂକ୍ରାନ୍ତିରେ କିଛି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ଓ କୁଆପଥର ବର୍ଷିବାର ସମ୍ଭାବନା ରହିଛି । ଯାହାକୁ ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେପଟେ ବର୍ଷା ପ୍ରଭାବରେ ଆଗାମୀ ୪-୫ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

 

୧୪ ତାରିଖ ପଣା ସଂକ୍ରାନ୍ତିରେ ପ୍ରବଳ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କିମି ରହିବ । ଯାହାକୁ ନେଇ ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷା ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝଟକା ପବନର ବେଗ ୩୦ ରୁ ୪୦ ରହିବ ।

LEAVE A REPLY

Please enter your comment!
Please enter your name here