ବଲାଙ୍ଗୀର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ବଲାଙ୍ଗୀର ପଟଣାଗଡର ପର୍ଶୁରାମ ଛକରେ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିକୁ ନିଆଁ ଲଗାଇ ପୋଡି ଦେଲେ ଦୁର୍ବୃତ୍ତ । ଏହି ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବା ବେଳେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ପଛରେ ଥିବା ବ୍ୟକ୍ତି ବିଶେଷଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ସେପଟେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବିରେ ବିଜେଡି ସାମ୍ବାଦିକ ସମ୍ମିଳନୀ କରିବା ସହ ଆନ୍ଦୋଳନ କରିବା ନେଇ ଚେତାବନୀ ଦେଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, “ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ଦୁସ୍ଥ ମାନସିକତାର ବ୍ୟକ୍ତି ହୋଇଥିବେ । ଏ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ଏ ଘଟଣାରେ ଜଣେ ବ୍ୟକ୍ତି ଗିରଫ ହୋଇଛି । ଯଦି ଏହି ଘଟଣା ପଛରେ କିଛି ଷଡଯନ୍ତ୍ର ଥାଏ, ତେବେ ଏହାର ମଧ୍ୟ ପର୍ଦ୍ଦାଫାସ ହେବ । ରାଜ୍ୟର ସମସ୍ତ ବରପୁତ୍ରଙ୍କୁ ରାଜ୍ୟ ସରକାର ସମ୍ମାନ ଦେବାରେ ବିଶ୍ୱାସ କରନ୍ତି । ପୂଜ୍ୟପୂଜା ପାଇଁ ସମସ୍ତ ପଦକ୍ଷେପ ନେଇ ଆସୁଛନ୍ତି । ବିଜୁ ବାବୁଙ୍କ ପ୍ରତି ମୋର ବ୍ୟକ୍ତିଗତ ଭାବେ ଗଭୀର ସମ୍ମାନ ରହି ଆସିଛି । ” ନିକଟରେ ମାର୍ଚ୍ଚ ୫ ତାରିଖରେ ବିଜୁବାବୁଙ୍କ ଜୟନ୍ତୀକୁ ରାଜ୍ୟ ସ୍ତରରେ ବିପୁଳ ଉତ୍ସାହର ସହ ପାଳନ କରାଯାଇଥିଲା । ସେଥିରେ ସେ ନିଜେ ଯୋଗ ଦେଇ ବିଜୁବାବୁଙ୍କ ସ୍ମୃତିଚାରଣ କରିଥିଲେ । ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ ମଧ୍ୟ ଏପ୍ରଲ ୧୭ତାରିଖରେ ପାଳନ କରାଯିବ ।
ବିଜୁଙ୍କ ପ୍ରତିମୂର୍ତ୍ତି ଜାଳିବା ଅସହନୀୟ ଓ ଅକ୍ଷମଣୀୟ, ଏହା ଉଦ୍ଦେଶ୍ୟମୂଳକ ଓ ଷଡଯନ୍ତ୍ର ଯୁକ୍ତ, ବିଜୁ ବାବୁଙ୍କ ଅସ୍ତିତ୍ବ, ସ୍ମୃତି ଓ ଇତିହାସ ଲିଭେଇବାକୁ ଚେଷ୍ଟା ଚାଲିଛି’, ଘଟଣାରେ ସଂପୃକ୍ତ ବ୍ୟକ୍ତିଙ୍କୁ ତୁରନ୍ତ ଗିରଫ କରାଯାଉ’, ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ, ପୂର୍ବରୁ ପ୍ରତିମୂର୍ତ୍ତି ସ୍ଥାପନ ନେଇ ରହିଛି ବିବାଦ, ପାଟଣାଗଡ଼ରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭଙ୍ଗା ନେଇ ଅନେକ ବିଜେଡି ନେତା ପ୍ରତିକ୍ରିୟା ଦେଇଛନ୍ତି l