ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା 

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ରାଜ୍ୟର ବିଭିନ୍ନ ସ୍ଥାନରେ ୫ ଦିନ ଯାଏ କାଳବୈଶାଖୀ ଆଶଙ୍କା । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ ପବନ ବହିବ । ଆଜି ଉତ୍ତର ଓଡ଼ିଶାର କିଛି ଜିଲ୍ଲା ସହ ଗଞ୍ଜାମ ଓ ଗଜପତିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୬ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୪ ଦିନ ଯାଏ ରାଜ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଏପଟେ କାଳବୈଶାଖୀ ପ୍ରଭାବ । ବିଭିନ୍ନ ସ୍ଥାନରେ ଉପୁଡ଼ିଲା ଗଛ । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ।

LEAVE A REPLY

Please enter your comment!
Please enter your name here