୩୨ ହଜାର ପୁଲିସ ପଦବି ପୂରଣ ହେବ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି, ଓଡିଶାର ପୁଲିସ ବାହିନୀକୁ ଦକ୍ଷ ଓ ଶୃଙ୍ଖଳିତ କରି ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ସେ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟ ପୁଲିସ ବାହିନୀରେ ପ୍ରାୟ ୧୬ ହଜାର ପଦବି ଖାଲି ଥିବାବେଳେ, ଆହୁରି ୧୬,୦୫୯ଟି ନୂଆ ପଦବି ସୃଷ୍ଟି କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏସବୁ ପଦବି ପୂରଣ ହେବା ପରେ ରାଜ୍ୟର ଜନସଂଖ୍ୟା ଅନୁପାତରେ ପୁଲିସର ନିୟୋଜନ ଯଥେଷ୍ଟ ବୃଦ୍ଧି ପାଇବ। ଏହାସହିତ ପୁଲିସ ବାହିନୀକୁ ଅଧିକ ଦକ୍ଷ କରିବା ପାଇଁ ଅଧିକାରୀମାନେ ଅନ୍ୟ ରାଜ୍ୟକୁ ଯାଇ, ସେଠାକାର ପରିଚାଳନା ପଦ୍ଧତିକୁ ଅନୁସରଣ କରିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସଂଘର କର୍ମକର୍ତ୍ତାମାନଙ୍କୁ ଦକ୍ଷତାର ସହ ଆଗାମୀ ଦିନ ଗୁଡିକରେ କାର୍ଯ୍ୟ କରିବାକୁ ଏବଂ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିର ଉନ୍ନତି ପାଇଁ କାମ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏକ ବୈଠକରେ ଉପସ୍ଥିତ ସମସ୍ତ ପୁଲିସ ସେବା କର୍ମଚାରୀ ମାନଙ୍କୁ ରାଜ୍ୟବାସୀଙ୍କ ଆଶା ଓ ଭରସାର ମାନ ରଖି ଓଡ଼ିଶାକୁ ଶାନ୍ତି ଶୃଙ୍ଖଳା କ୍ଷେତ୍ରରେ ଏକ ଆଦର୍ଶ ରାଜ୍ୟ ଭାବେ ଗଢି ତୋଳିବାରେ ନିଜର ଯୋଗଦାନ ରଖିବାକୁ ପରାମର୍ଶ ଦେଇଥିଲେ।

LEAVE A REPLY

Please enter your comment!
Please enter your name here