ବିପ୍ଲବୀ ପରିକ୍ରମା ଡିଜିଟାଲ :- ମେ’ ୧ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହ ଝଟାକା ପବନ ଘଣ୍ଟାପ୍ରତି ୫୦ ରୁ ୬୦ କିମି ବେଗରେ ବହିବ । ସାରା ରାଜ୍ୟରେ କୁଆପଥର ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ମୁଖ୍ୟତଃ ଅପରାହ୍ନ ପରେ ପରେ କୁଆପଥର ବର୍ଷା ଓ ବିଜୁଳି ଘଡ଼ଘଡ଼ିର ମାତ୍ରା ଅଧିକ ରହିବ । ଯାହାକୁ ନେଇ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ତାପମାତ୍ରା ୩-୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କୁଆପଥର, ବିଜୁଳି ଘଡ଼ଘଡ଼ି ଓ ଝଟକା ପବନର ଘଣ୍ଟାପ୍ରତି ବେଗ ୫୦ ରୁ ୬୦ କିମି ରହିବ । ଯାହାକୁ ନେଇ ୯ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।
୨୯ ତାରିଖରେ ମଧ୍ୟ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହ ଝଟକ ପବନ ଓ କୁଆପଥର ବର୍ଷିବ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ୩୦ ତାରିଖରେ ଯଦିଓ ବର୍ଷାର ପରିମାଣ କମିବ ମାତ୍ର, କିଛି ଜିଲ୍ଲା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଜିଲ୍ଲାଗୁଡ଼ିକ ହେଉଛି, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦଗରଡ଼, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ପବନର ବେଗ ୫୦ ରୁ ୬୦ କିମି ରହିବ l
ମେ’ ମାସ ପହିଲାରୁ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୧ ତାରିଖରେ କୋରାପୁଟ,ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ ଓ ଝଟକା ପବନ ଘଣ୍ଟାପ୍ରତି ୫୦ ରୁ ୬୦ କିମି ବେଗରେ ବହିବ । ସେପଟେ ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ବର୍ଷା ସହ ପବନର ବେଗ ୪୦ ରୁ ୫୦ କିମି ରହିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।