କିଟ୍‌ ବିଶ୍ବବିଦ୍ୟାଳୟରେ ପୁଣି ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ : ହତ୍ୟା ନା ଆତ୍ମହତ୍ୟା

0

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍‌) ବିଶ୍ବବିଦ୍ୟାଳୟରେ ପୁଣି ଏକ ବଡ଼ଧରଣର ଅଘଟଣ ଘଟିଛି। ଏଠାରେ ପଢୁଥିବା ଜଣେ ବିଦେଶୀ ଛାତ୍ରୀ ଜୀବନ ହାରିଥିବା ନେଇ ଗୁରୁବାର ସନ୍ଧ୍ୟାରେ ସୂଚନା ମିଳିଛି। ମୃତ ଛାତ୍ରୀ ପ୍ରୀଶା ଶାହ ନେପାଳର ବୀରଗୁଂଜର ବାସିନ୍ଦା। ତାଙ୍କର ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। କିଟ୍‌ ଛାତ୍ରୀନିବାସ ଭିତରେ ନେପାଳୀ ଛାତ୍ରୀ ଜୀବନ ହରାଇଥିବା ନେଇ ପୁଲିସ କମିସନର ସୁରେଶ ଦେବଦତ୍ତ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପ୍ରାଥମିକ ସୂଚନା ଅନୁଯାୟୀ ନେପାଳର ଛାତ୍ରୀ ପ୍ରୀଶା ଶାହ କିଟ୍‌ରେ ଇଂଜିନିୟରିଂ ପଢୁଥିଲେ। ସେ କମ୍ପ୍ୟୁଟର ସାଇନ୍ସ ବିଷୟରେ ପ୍ରଥମ ବର୍ଷର ଛାତ୍ର ଥିଲେ ଏବଂ ଛାତ୍ରାବାସରେ ରହୁଥିଲେ ବୋଲି କୁହାଯାଉଛି। କ୍ୟାମ୍ପସ୍‌ରେ ଛାତ୍ରୀ ଜଣକ ଜୀବନ ହାରିଛନ୍ତି। କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହେଲା ଏଯାଏଁ ସ୍ପଷ୍ଟ ଭାବେ ଜଣାପଡ଼ି ନାହିଁ। ତେବେ ରିପୋର୍ଟ ଲେଖାଯିବା ସୁଦ୍ଧା ଏନେଇ କିଟ୍‌ ପକ୍ଷରୁ ପ୍ରତିକ୍ରିୟା ମିଳିପାରି ନାହିଁ। ଘଟଣାସ୍ଥଳରେ ଇନ୍‌ଫୋସିଟି ଥାନା ପୁଲିସ ତଦନ୍ତ ଜାରି ରଖିଛି। ପୁଲିସ କମିସନର, ଡିସିପି ଓ ଅତିରିକ୍ତ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ଅଛନ୍ତି।

 

 

ତେବେ କେଉଁ ପରିସ୍ଥିତିରେ ଛାତ୍ରୀଙ୍କ ମୃତ୍ୟୁ ହେଲା ଏଯାଏଁ ଜଣାପଡ଼ି ନାହିଁ । ହତ୍ୟା କି ଆତ୍ମହତ୍ୟା ତାହା ବି ସ୍ପଷ୍ଟ ହୋଇନାହିଁ । ଏହି ଘଟଣାକୁ ନେଇ କିଟ୍ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ ।ଆଜି ମୃତ ଛାତ୍ରୀ ପ୍ରୀସାଙ୍କ ପରିବାର ଲୋକ ଭୁବନେଶ୍ୱରରେ ପହଞ୍ଚିବା ପରେ ଏମ୍ସରେ ମୃତଦେହର ବ୍ୟବଚ୍ଛେଦ ହେବ । ପ୍ରାୟ ଅଢ଼େଇ ମାସ ତଳେ କିଟ୍ କ୍ୟାମ୍ପସରେ ହୋଇଥିଲା ଛାତ୍ରୀ ମୃତ୍ୟୁ । ଫେବ୍ରୁଆରୀ ୧୬ରେ ଆତ୍ମହତ୍ୟା କରିଥିଲେ ନେପାଳୀ ଛାତ୍ରୀ ‘ପ୍ରକୃତି’ । ପ୍ରାୟ ଅଢ଼େଇ ମାସ ପରେ ଏବେ ପୁଣି ଜଣେ ଛାତ୍ରୀ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି ।

LEAVE A REPLY

Please enter your comment!
Please enter your name here