ବିପ୍ଲବୀ ପରିକ୍ରମା ଡିଜିଟାଲ :- ଚଳିତ ଆଇପିଏଲ ସିଜିନର ୫୪ ତମ ମ୍ୟାଚରେ ପଞ୍ଜାବ କିଙ୍କ୍ସ ର ଦମଦାର ବିଜୟ । ୩୭ ରନରେ ଲକ୍ଷ୍ନୌକୁ ହରାଇଲା ପଞ୍ଜାବ । ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା ଲକ୍ଷ୍ନୌ ସୁପରଜାଏଣ୍ଟ୍ସ । ପଞ୍ଜାବ ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌକୁ ୨୩୭ ରନ୍ର ଟାର୍ଗେଟ ଦେଇଥିଲା । ପଞ୍ଜାବର ପ୍ରଭସିମରନ ସିଂହ ଧୂଆଁଧାର ବ୍ୟାଟିଂ କରି ୪୮ ବଲରେ ୯୧ ରନ କରିଥିଲେ । ୨୦ ଓଭରରେ ୭ ୱିକେଟ ହରାଇ ୧୯୯ ରନ୍ କରି ୩୭ ରନରେ ପଞ୍ଜାବଠାରୁ ପରାଜିତ ହୋଇଛି ଲକ୍ଷ୍ନୌ । ମ୍ୟାଚ ଆରମ୍ଭରୁ ପଞ୍ଜାକୁ ଝଟକା ଲାଗିଥିଲା । ପ୍ରଥମ ଓଭରରେ ହିଁ ପ୍ରିୟାଂଶ ଆର୍ଯ୍ୟଙ୍କୁ ନିଜର ଶିକାର କରିଥିଲେ ଆକାଶ ସିଂହ । ମାତ୍ର ୧ ରନ କରି ଆଉଟ ହୋଇଥିଲେ ଆର୍ଯ୍ୟ । ପରେ ଜୋଶ ଇଙ୍ଗଲିସ୍ ପଡିଆକୁ ଓହ୍ଲାଇଥିଲେ । ପ୍ରଭସିମରନ ସିଂହ ଓ ଇଙ୍ଗଲିସ୍ ମିଳିତ ୪୮ ରନ କରିଥିଲେ । ଆକାଶ ସିଂହ, ୱିକେଟକିପର ବ୍ୟାଟସମ୍ୟାନ୍ ଇଙ୍ଗଲିସ୍ଙ୍କୁ ଆଉଟ କରିଥିଲେ । ଇଙ୍ଗଲିସ୍ ଗୋଟିଏ ଚୌକା ଏବଂ ୪ ଟି ଛକା ସହାୟତାରେ ୩୦ ରନ କରିବା ପରେ ଆଉଟ ହୋଇଥିଲେ । ଲକ୍ଷ୍ନୌ ପାଇଁ ଆକାଶ ସିଂହ ଏବଂ ଦିଗବେଶ ରାଠି ଦୁଇଟି ଲେଖାଏଁ ୱିକେଟ୍ ନେଇଥିବା ବେଳେ ପ୍ରିନ୍ସ ଯାଦବଙ୍କୁ ଗୋଟିଏ ୱିକେଟ୍ ମିଳିଥିଲା । ରିଷଭ ପନ୍ତ ୧୭ ବଲ୍ ଖେଳି ୨ ଟି ଚୌକା ଓ ଗୋଟିଏ ଛକା ସହ ୧୮ ରନ କରି ଆଉଟ ହୋଇଥିଲେ । ମୋଟ ୨୦ ଓଭର ଖେଳି ୭ ୱିକେଟ ହରାଇ ୩୭ ରନରେ ପଞ୍ଜାବ ଠାରୁ ପରାଜିତ ହୋଇଛି ଲକ୍ଷ୍ନୌ ।