ବିପ୍ଲବୀ ପରିକ୍ରମା ଡିଜିଟାଲ :- ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଲାଗି ରହିଛି । ଆଗାମୀ ୧୦ ତାରିଖ ଯାଏଁ ବର୍ଷା ଲାଗି ରହିବ । କିନ୍ତୁ ଆଗାମୀ ୨ ଦିନ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ହେବାର ଆଶଙ୍କା ରହିଛି । ଆସନ୍ତା ୪୮ ଘଣ୍ଟା ପାଇଁ ବର୍ଷା ନେଇ ସାରା ରାଜ୍ୟକୁ ସତର୍କ କରାଯାଇଛି । ସେହିପରି ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ଘଣ୍ଟାପ୍ରତି ୫୦ ରୁ ୬୦ କିମି ବେଗରେ ବହିବ । ଯାହାକୁ ନେଇ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ସତର୍କ କରାଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ସର୍ବନିମ୍ନ ଦିନର ତାପମାତ୍ରା ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ । ୪ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ପରେ ଧିରେଧିରେ ତାପମାତ୍ରା ୨ ରୁ ୪ ଡିଗ୍ରୀ ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।