୨୫ ବର୍ଷ ପରେ ବିଜେଡିକୁ ଫେରିଲା PAC, ନବୀନ ଅଧ୍ୟକ୍ଷ

0

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଦଳର ସଂଗଠନକୁ ନୂଆ ରୂପ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ସଂଗଠନର କଳେବର ବୃଦ୍ଧି କରିବା ସହ ବହୁ ଦିଗକୁ ବିଚାର କରି କମିଟି ଗଠନ କରିଛନ୍ତି ନବୀନ। ସଂଗଠନ ସମ୍ପାଦକ ପଦକୁ ଉଚ୍ଛେଦ କରିଛନ୍ତି ବିଜେଡି ସଭାପତି। ଦୀର୍ଘ ବର୍ଷ ପରେ ବିଜୁ ଜନତା ଦଳ ସଂଗଠନକୁ ଫେରିଛି, ରାଜନୈତିକ ବ୍ୟାପାର କମିଟି- PAC। ଗଠିତ ହୋଇଛି ବିଜେଡିର ପଲିଟିକାଲ ଆଫାୟାର୍ସ କମିଟି । ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କମିଟି ଗଠିତ ହୋଇଛି। କମିଟିରେ ବିକ୍ରମ କେଶରୀ ଆରୁଖ, ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ସଂଜୟ କୁମାର ଦାସବର୍ମା, ପ୍ରଣବ ପ୍ରକାଶ ଦାସ, ସୁଦାମ ମାର୍ଣ୍ଡି, ଟୁକୁନି ସାହୁ, ସସ୍ମିତ ପାତ୍ର, ସଂତୃପ୍ତ ମିଶ୍ର ପ୍ରମୁଖ ସଦସ୍ୟ ଅଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକ, ବିଭିନ୍ନ ଛାମୁଆ ସଂଗଠନର ଆବାହକଙ୍କୁ ନିଯୁକ୍ତି ଦେଇଛନ୍ତି। ସେହିପରି ବିଜେଡି ସଭାପତି ୭୧ ଜଣିଆ ରାଜ୍ୟ ସ୍ତରୀୟ ସାଂଗଠନିକ କମିଟି ଗଠନ କରିଛନ୍ତି। ପୂର୍ବରୁ ସଂଗଠନ ସମ୍ପାଦକ ପଦ ଥିବା ବେଳେ ଏହାକୁ ଏଥର ଉଚ୍ଛେଦ କରାଯାଇଛି। ପୂର୍ବରୁ ଏହି ପଦରେ ପ୍ରଣବ ପ୍ରକାଶ ଦାସ ଥିବାବେଳେ ନୂଆ ସାଙ୍ଗଠନିକ ଦାୟିତ୍ୱରେ କିନ୍ତୁ ଏହି ପଦ ଆଉ ରହିନାହିଁ। ୭୧ ଜଣିଆ ସାଂଗଠନିକ କମିଟିରେ-୭ ଜଣ ବରିଷ୍ଠ ଉପସଭାପତି,୮ ଜଣ ଉପସଭାପତି,ଜଣେ କୋଷାଧ୍ୟକ୍ଷ,୨୦ ଜଣ ବରିଷ୍ଠ ସାଧାରଣ ସମ୍ପାଦକ,୩୫ ଜଣ ସାଧାରଣ ସମ୍ପାଦକ ଙ୍କୁ ନିଯୁକ୍ତି ମିଳିଛି l

ବିଜେଡି ସଂଖ୍ୟାଲଘୁ ସେଲକୁ ମଧ୍ୟ ବିଜେଡି ସଭାପତି ପୁନର୍ଗଠନ କରିଛନ୍ତି। ବିଜେଡି ସଂଖ୍ୟାଲଘୁ ସେଲର ଆବାହକ ନିଯୁକ୍ତ ହୋଇଛନ୍ତି ଦିଲ୍ଲୀପ ତିର୍କୀ। ସେହିପରି ସହ ଆବାହକ ରିଜୱାନା ବେଗମ, ଦକ୍ଷିଣ ଜୋନର ସଂଯୋଜକ ମୁଜିବୁଲ୍ଲା ଖାଁ, ପଶ୍ଚିମ ଜୋନର ସଂଯୋଜକ ଆୟୁବ ଖାଁ, ମଧ୍ୟ ଜୋନର ସଂଯୋଜକ ହୋଇଛନ୍ତି ସେକ୍ ନିଜ୍ଜାମୁଦ୍ଦୀନ। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଲା ବିଜେଡି ସଭାପତି ନବୀନ ପଟ୍ଟନାୟକ ଘୋଷଣା କରିଥିବା ଏହି ଟିମରେ ପ୍ରଫୁଲ ମଲ୍ଲିକ, ଶଶୀଭୂଷଣ ବେହେରା, ଭୂପିନ୍ଦର ସିଂ, ନୃସିଂହ ସାହୁଙ୍କ ଭଳି ନେତାଙ୍କୁ ସ୍ଥାନ ମିଳିନାହିଁ ଏବଂ ସେମାନେ ନିରାଶ ହୋଇଥିବା ସାଧାରଣରେ ଚର୍ଚ୍ଚା ଚାଲିଛି l ବିଜେଡି ବଳକା ଥିବା ଆଉ ୬ ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କରିଛି। ୩୩ ସଂଗଠନ ଜିଲ୍ଲା ମଧ୍ୟରୁ ପୂର୍ବରୁ ଦଳ ୧୮ ସାଂଗଠନିକ ଜିଲ୍ଲା ସଭାପତି ନିଯୁକ୍ତି ଦେଇଛି। ବଳକା ୧୫ ସାଂଗଠନିକ ଜିଲ୍ଲାରୁ ୬ ଜିଲ୍ଲା ସଭାପତି ଘୋଷଣା ହେବା ପରେ ଆଉ ୯ଟି ଜିଲ୍ଲା ବାକି ରହିଲା। ବିଜେଡିର ନିର୍ବାଚନ ଅଧିକାରୀ ପ୍ରତାପ କେଶରୀ ଦେବ ୬ ସଭାପତିଙ୍କ ନାଁ ଘୋଷଣା କରିଛନ୍ତି। ସେମାନଙ୍କ ମଧ୍ୟରେ କେନ୍ଦୁଝର ପାଇଁ ଆଶିଷ ଚକ୍ରବର୍ତ୍ତୀ, ଭୁବନେଶ୍ବର ପାଇଁ ଅଶୋକ ଚନ୍ଦ୍ର ପଣ୍ଡା, ରାଉରକେଲା ପାଇଁ ପ୍ରଦ୍ୟୁମ୍ନ ତ୍ରିପାଠୀ, ମୟୁରଭଞ୍ଜ-2 ପାଇଁ ଦେବାଶିଷ ମାର୍ଣ୍ଡି, ସମ୍ବଲପୁର ପାଇଁ ରୋହିତ ପୂଜାରୀ ଓ ବଲାଙ୍ଗିର ପାଇଁ ସରୋଜ କୁମାର ମେହେର ନିର୍ବାଚିତ ହୋଇଥିବା ସୂଚନା ମିଳିଛି l

LEAVE A REPLY

Please enter your comment!
Please enter your name here