ବ୍ରହ୍ମପୁର ( ବିପ୍ଲବୀ ପରିକ୍ରମା ଡିଜିଟାଲ):- ଚଳିତ ବର୍ଷର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା ୧୦. ୦୫. ୨୫ ରିଖ ଶନିବାର ଦିନ ବ୍ରହ୍ମପୁର ଜିଲ୍ଲା ଓ ସିଭିଲ କୋର୍ଟ ସମେତ ଗଞ୍ଜାମ ଜିଲ୍ଲାର ସମସ୍ତ କୋର୍ଟ ଗୁଡିକରେ ଅନୁଷ୍ଠିତ ହେବାକୁ ଯାଉଅଛି l
ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ମକଦ୍ଦମା ଯେପରିକି,ଦୀର୍ଘ ଦିନ ହେବ କୌଣସି ମକଦ୍ଦମା ଯଦି କୋର୍ଟରେ ବିଚାରଧୀନ ଅଛି ଅଥବା କୌଣସି ବିବାଦ ର ସହଜ ତଥା ଆପୋଷ ସମାଧାନ ପାଇଁ ଚାହୁଁଛନ୍ତି, ତା’ହେଲେ ଲୋକ ଅଦାଲତ ର ସାହାର୍ଯ୍ୟ ନେଇପାରିବେ l ଏହା ସହିତ ଦେୱାନୀ, ଫୌଜଦାରୀ (ସାଲିସ୍ ଯୋଗ୍ୟ), ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟାଙ୍କ ଋଣ, ବିଦ୍ୟୁତ୍ ଓ ଜଳଯୋଗାଣ, ପାରିବାରିକ, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ୍ ବାଉନ୍ସ ମାମଲା ଇତ୍ୟାଦିର ଆପୋଷ ସହମତିରେ ସମାଧାନ ଏହି ଲୋକ ଅଦାଲତରେ କରାଯିବ ଏବଂ ଏଥିସହ ପ୍ରାକ୍ ମକଦ୍ଦମା ସ୍ତରୀୟ (କଚେରୀରେ ଦାୟର ହୋଇନଥିବା) ବ୍ୟାଙ୍କ ଋଣ ବିବାଦ, ଶ୍ରମବିବାଦ, ପାରିବାରିକ ବିବାଦ ଇତ୍ୟାଦିର ମଧ୍ୟ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ କରାଯିବ l ସରଳ ଓ ସହଜ ସମାଧାନ ତଥା ଆର୍ଥିକ ଏବଂ ସମୟ ଉପଚୟରୁ ମୁକ୍ତି ପାଇବା ପାଇଁ ଏହି ସୁଯୋଗର ଲାଭ ଉଠାନ୍ତୁ l ସବିଶେଷ ବିବରଣୀ ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସହ ଯୋଗାଯୋଗ କରିପାରିବେ l