ପାକିସ୍ତାନରେ ଭାରତର ଏୟାର ଷ୍ଟ୍ରାଇକ୍ : ରାତି ଅଧରେ ଅପରେସନ ସିନ୍ଦୂର’ର ସଫଳତା : ଟଳିପଡ଼ିଲେ ୫୦ ଆତଙ୍କବାଦୀ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :-:ପିଏମ୍ ଆବାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ସେନାର ‘ଅପରେସନ ସିନ୍ଦୂର’ର ସମସ୍ତ ଦୃଶ୍ୟକୁ ଦେଖୁଥିଲେ ଏବଂ ସମସ୍ତ ବିଷୟରେ ସୂଚନା ଗ୍ରହଣ କରୁଥିବା ଜଣାଯାଇଛି। ଭାରତୀୟ ସେନା ଲଶ୍କର ମୁଖ୍ୟାଳୟ ଓ ମସୁଦ ଅଜହରର ଶିବିର ଉପରେ ଆକ୍ରମଣ କରିଛି।

ଏଥିରେ ପ୍ରାୟ ୫୦ ଆତଙ୍କବାଦୀ ନିହତ ହୋଇଥିବାର ସୂଚନା ମିଳିଛି। ପାକ୍ ଅଧିକୃତ କାଶ୍ମୀରରେ ଏୟାର ଷ୍ଟ୍ରାଇକ୍ କରି ଭାରତୀୟସେନାକୁ ଏଭଳି ବଡ଼ ସଫଳତା ମିଳିଛି। ଅଧ ରାତିରେ ‘ଅପରେସନ ସିନ୍ଦୂର’ ଜରିଆରେ ଭାରତ ନେଲା ପହଲଗାମ୍ ପ୍ରତିଶୋଧ । ଅଧ ରାତିରେ ଆତଙ୍କୀ ଆଡ୍ଡା ଉପରେ ଆକ୍ରମଣ । ପାକ୍ ଅଧିକୃତ କାଶ୍ମୀରରେ ଏୟାର ଷ୍ଟ୍ରାଇକ୍ କଲେ ଭାରତୀୟ ବାୟୁବୀର ।

ଭାରତୀୟ ବାୟୁସେନା ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ପାକ୍ ଅଧିକୃତ କାଶ୍ମୀରର ୯ଟି ସ୍ଥାନରେ ଆକାଶପଥରୁ ଆକ୍ରମଣ କରାଯାଇଛି । ଭାରତୀୟ ବାୟୁସେନାର ଲଢୁଆ ବିମାନ ଗୁଡିକ ୯ଟି ଆତଙ୍କବାଦୀ ଆଡ୍ଡା ଉପରେ ଆକ୍ରମଣ କରି ସେଗୁଡିକୁ ଧ୍ବଂସ କରିଦେଇଥିବା ସୂଚନା ଦିଆଯାଇଛି ।

ଏହି ସାମରିକ କାର୍ଯ୍ୟାନୁଷ୍ଠାନ କୌଣସି ଅଣ ଆତଙ୍କବାଦୀ କାର୍ଯ୍ୟକଳାପ ସ୍ଥଳୀରେ ଆକ୍ରମଣ କରାଯାଇ ନାହିଁ । ଏହି କାର୍ଯ୍ୟାନୁଷ୍ଠାନପରେ ଭାରତୀୟ ସେନା ପକ୍ଷରୁ କୁହାଯାଇଛି – “ନ୍ୟାୟ ହେଲା ଜୟ ହିନ୍ଦ୍‌”। ଏଣେ ପ୍ରତିରକ୍ଷା ମନ୍ତ୍ରୀ ‘‘ଭାରତମାତାକୀ ଜୟ’ ବୋଲି କହିଛନ୍ତି। ଠିକ୍ ସେହିପରି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି ‘ଜୟ ହିନ୍ଦ୍‌”। ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବି ‘ଜୟ ହିନ୍ଦ୍‌ ‘ଜୟ ହିନ୍ଦ୍‌ କୀ ସେନା” କହିଛନ୍ତି।

ପାକିସ୍ତାନ ବିରୋଧରେ କଡ଼ା ପ୍ରତିଶୋଧ ନେବାକୁ ଯାଇ, ଭାରତ ବୁଧବାର ବିଳମ୍ବିତ ରାତିରେ ପାକିସ୍ତାନ ଏବଂ ପାକ୍ ଅଧିକୃତ ଜମ୍ମୁ ଓ କାଶ୍ମୀର (ପିଓକେ)ରେ ନଅଟି ଆତଙ୍କବାଦୀ ଶିବିର ଉପରେ ସଠିକ୍ ଆକ୍ରମଣ କରି ‘ଅପରେସନ୍ ସିନ୍ଦୂର’ ଆରମ୍ଭ କରିଛି। ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ଜୀବନ ଯାଇଥିବାର କିଛି ଦିନ ପରେ ଏହି ଆକ୍ରମଣ କରାଯାଇଛି, ଯେଉଁଥିରେ ଅଧିକାଂଶ ପର୍ଯ୍ୟଟକ ଥିଲେ।

LEAVE A REPLY

Please enter your comment!
Please enter your name here