ସପ୍ତାହରେ ତାତି ବଢ଼ିବ ୫ ଡିଗ୍ରି

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆସନ୍ତା ୬ରୁ ୭ ଦିନ ମଧ୍ୟରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ ସହ ଆର୍ଦ୍ର ଅବସ୍ଥା ଅଧିକ ହେବାର ସମ୍ଭାବନା ରହିଛି। ୧୧ରୁ ୧୩ ତାରିଖ ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଲାଗି ରହିପାରେ। ତାହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଗତ ୨୪ ଘଣ୍ଟାରେ ଉତ୍ତର ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଗୋଟିଏ ଦୁଇଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୩ ଡିଗ୍ରି ବୃଦ୍ଧି ପାଇଛି। ଓଡ଼ିଶାର ଅନ୍ୟ କୌଣସି ଜିଲ୍ଲାରେ ବିଶେଷ ପରିବର୍ତ୍ତନ ହୋଇ ନାହିଁ। ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲ୍ଲାରେ ସର୍ବାଧିକ ତାପମାତ୍ରା ସ୍ବାଭାବିକଠାରୁ ପ୍ରାୟ ୨ରୁ ୩ ଡିଗ୍ରି କମ୍‌ ଥିଲା। ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ସ୍ବାଭାବିକଠାରୁ ପ୍ରାୟ ୨ ଡିଗ୍ରି ଅଧିକ ଥିଲା ଏବଂ ଓଡ଼ିଶାର ଅନ୍ୟ ଜିଲ୍ଲାଗୁଡ଼ିକରେ ସ୍ବାଭାବିକ ଥିଲା।

LEAVE A REPLY

Please enter your comment!
Please enter your name here