୨୭ ରେ ଲଘୁଚାପ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆସୁଛି ଲଘୁଚାପ । ୨୭ ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ । ସଅଳ ମୌସୁମୀ ଆସିବାକୁ ସହାୟକ ହେବ ଲଘୁଚାପ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ସୃଷ୍ଟି ହେବାର ୨ ଦିନ ଭିତରେ ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି ବିଭାଗ ।ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ । ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ । ସକ୍ରିୟ ରହିଲେ ଓଡ଼ିଶା ଆଗମନ ନେଇ ବାଟ ଫିଟିବ । ତେବେ ପାଗ ଅନୁକୂଳ ସହ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବା ପାଣିପାଗ ବିଭାଗ କହିଛି । ଫଳରେ ଏଥର ଶୀଘ୍ର ମୌସୁମୀ ଆସିବା ଆକଳନ ସତ ହେବ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୬ ଓ ୨୭ ଏହି ଦୁଇଦିନ ରାଜ୍ୟର ରେ ଅନେକ ସ୍ଥାନରେ ବର୍ଷା ସହ ଦକ୍ଷିଣ ଓଡ଼ିଶାର ରାୟଗଡା କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୭ ଦିନ ଯାଏ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ବିଜୁଳି ଘଡ ଘଡି ସହ ବର୍ଷା ସମ୍ଭାବନା ସହ ଝଡି ପବନ ବହିବା ସମ୍ଭାବନା । ତେବେ ୨୭ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବୈଜ୍ଞାନିକ ଉମା ଶଙ୍କର ଦାସ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି l

LEAVE A REPLY

Please enter your comment!
Please enter your name here