ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା : ଆଇନ ମନ୍ତ୍ରୀ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଚଳିତ ଥର ରଥଯାତ୍ରା ପାଇଁ ସରକାରୀ ସହାୟତା । ରାଜ୍ୟର ବିଭିନ୍ନ ସ୍ଥାନରେ ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା କରିବ ରାଜ୍ୟ ଆଇନ ବିଭାଗ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ ମନ୍ଦିରକୁ ଏହି ସହାୟତା ମିଳିବ । ସହାୟତା ପାଇଁ ଅନେକ ଆବେଦନ ଆସିଥିବା ବେଳେ ତାହାକୁ ନେଇ ବିଚାର କରାଯାଉଛି । ଯେଉଁମାନେ ଆବେଦନ କରିନାହିଁନ୍ତି ସେମାନଙ୍କ ପାଇଁ ମଧ୍ୟ ବିଚାର କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ସେହିପରି ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ୍‍ ସିଷ୍ଟମ୍‍ । ଏନେଇ ବିଚାର କରାଯାଉଥିବା କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଆଣ୍ଟିଡ୍ରୋନ୍‍ ଟେକ୍ନୋଲୋଜି ଲଗାଯିବା ନେଇ ପୋଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ । ଏହି ସିଷ୍ଟମ୍‍ ଲାଗିବା ଦ୍ୱାରା ଶ୍ରୀମନ୍ଦିର ଉପରେ କିମ୍ବା ଚାରି ପାଶ୍ୱର୍ରେ କେଉଁଠି ବି ଡ୍ରୋନ୍‍ ଉଡିବା ମାତ୍ରେ ଏହାକୁ ଖସାଇ ଦିଆଯାଇ ପାରିବ । ଏଥିପାଇଁ ଆବଶ୍ୟକ ପଡିଲେ ଶ୍ରୀମନ୍ଦିର ପ୍ରଶାସନ ଅର୍ଥ ଦେବ ବୋଲି ମନ୍ତ୍ରୀ କହିଛନ୍ତି ।

LEAVE A REPLY

Please enter your comment!
Please enter your name here