ବିପ୍ଲବୀ ପରିକ୍ରମା ଡିଜିଟାଲ :- ରାଜ୍ୟରେ କାଳବୈଶାଖୀ ସହ ପ୍ରାକ ମୌସୁମୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଥିବା ବେଳେ ଆଗାମୀ ୭ ଦିନ ଯାଏଁ ବର୍ଷା ଲାଗି ରହିବ । ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ବର୍ଷା ସମ୍ଭାବନା ଥିବା ବେଳେ କୋରାପୁଟ, ରାୟଗଡା, ଗଜପତି, କଳାହାଣ୍ଡି,କନ୍ଧମାଳ, ନୂଆପଡା, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର କେନ୍ଦୁଝର ଓ ମୟୂରଭଞ୍ଜ ଏହି ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୪୦ ରୁ ୬୦ କିମି ବେଗରେ ପବନ ବହିବ । ଅବଶିଷ୍ଟ ୧୪ ଜିଲ୍ଲାକୁ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ଝଟକା ପବନ ବହିବାର ସମ୍ଭାବନା ରହିଛି । ୨୭ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପ୍ରଭାବରେ ଗଞ୍ଜାମ, ଗଜପତି, ରାୟଗଡ଼ା , କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବା । ସେହିପରି ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବ । ଯାହାକୁ ନେଇ ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୮ ତାରିଖରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଅନ୍ୟ ସମସ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସହ ବିଜୁଳି ଘଡ଼ଘଡ଼ି ରହିବ । ଝଟକା ପବନର ଘଣ୍ଟାପ୍ରତି ବେଗ ୪୦-୫୦ କିମି ରହିବା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ଆଗକୁ ବଢ଼ିଛି । ଏହା କର୍ଣ୍ଣାଟକର କିଛି ଅଂଶ, ସମଗ୍ର ଗୋଆ, ମହାରାଷ୍ଟ୍ରର କିଛି ଅଂଶ, ମିଜୋରାମର କିଛି ଅଂଶ, ମଣିପୁର ଏବଂ ନାଗାଲ୍ୟାଣ୍ଡର କିଛି ଅଂଶରେ ପହଞ୍ଚିଛି । ପାଗ ପରିସ୍ଥିତି ଅନୁକୂଳ ରହିଛି, ଯାହା ଫଳରେ ମୌସୁମୀ ମହାରାଷ୍ଟ୍ର, ଦକ୍ଷିଣ ଭାରତ ଏବଂ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକର କିଛି ଅଂଶକୁ ଆଗକୁ ବଢ଼ିବାର ସମ୍ଭାବନା ରହିଛି । ଦକ୍ଷିଣ ମଧ୍ୟ ମହାରାଷ୍ଟ୍ର ଏବଂ ସଂଲଗ୍ନ ମରଠୱାଡା ଏବଂ ଉତ୍ତର ଆଭ୍ୟନ୍ତରୀଣ କର୍ଣ୍ଣାଟକ ଅଞ୍ଚଳ ଉପରେ ଏକ ଚିହ୍ନିତ ଲଘୁଚାପ କ୍ଷେତ୍ର ରହିଛି