ପଂଜାବକୁ ହରାଇ ଫାଇନାଲ୍‌ରେ ବେଙ୍ଗାଲୁରୁ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଇଣ୍ଡିଆନ୍ ପ୍ରିମିୟର ଲିଗ୍ ର ଅଷ୍ଟାଦଶ ସଂସ୍କରଣରେ କ୍ବାଲିଫାୟର-୧ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦମଦାର ପ୍ରଦର୍ଶନ କରିବା ସହିତ ଫାଇନାଲରେ ପହଞ୍ଚିଛି। ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ୟାଦାବିନ୍ଦର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ଗୁରୁବାର ପଂଜାବ କିଙ୍ଗ୍‌ସକୁ ପରାସ୍ତ କରିଛି। ବେଙ୍ଗାଲୁରୁ ୧୦ ଓଭରରେ ୨ଟି ୱିକେଟ୍‌ ହରାଇ ୧୦୬ ରନ୍‌ ସଂଗ୍ରହ କରିଛି। ଫଳରେ ଏହି ମ୍ୟାଚ୍‌କୁ ୮ ୱିକେଟ୍‌ରେ ଜିତିବା ସହିତ ଫାଇନାଲରେ ପହଞ୍ଚିଛି। ବେଙ୍ଗାଲୁର ଟିମ୍‌ ୯ ବର୍ଷ ପରେ ଆଇପିଏଲ୍‌ ଫାଇନାଲରେ ପହଞ୍ଚିଛି। ବେଙ୍ଗାଲୁରୁ ପାଇଁ ପ୍ରାରମ୍ଭିକ ବ୍ୟାଟର ଫିଲିପ୍ ସଲ୍ଟ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିଥିଲେ। ସେ ୨୭ଟି ବଲ୍ ସାମ୍ନା କରିଥିଲେ ଏବଂ ୬ଟି ଚୌକା ଓ ୩ଟି ଛକା ବଳରେ ଅପରାଜିତ ୫୬ ରନ୍ ସଂଗ୍ରହ କରିଥିଲେ। ବିରାଟ କୋହଲି ୧୨ ରନ୍ କରିଥିଲେ। ୧୨ଟି ବଲ୍ ଖେଳି ସେ ୨ଟି ଚୌକା ମାରିଥିଲେ। ମୟଙ୍କ ଅଗ୍ରୱାଲ ୧୯ ରନ୍ ଓ ଅଧିନାୟକ ରଜତ ପାଟିଦାର ଅପରାଜିତ ୧୫ ରନ୍ ସଂଗ୍ରହ କରିଥିଲେ। ବେଙ୍ଗାଲୁରୁର ପ୍ରଭାବଶାଳୀ ବୋଲିଂ ଯୋଗୁଁ ପଂଜାବ ଟିମ୍ ୧୪.୧ ଓଭରରେ ସମସ୍ତ ୱିକେଟ୍ ହରାଇଥିଲା। ବେଙ୍ଗାଲୁର ପାଇଁ ସୂୟାଶ ଶର୍ମା ଓ ଜୋସ୍ ହେଜଲଉଡ୍ ସର୍ବାଧିକ ୩-୩ଟି ୱିକେଟ୍ ନେଇଥିଲେ। ବେଙ୍ଗାଲୁରୁ ପାଇଁ ସୂୟାଶ ଶର୍ମା ଓ ହେଜଲଉଡ ୩ଟି ଲେଖାଏଁ ୱିକେଟ୍ ନେଇଥିଲେ। ସୂୟାଶ ୩ ଓଭର ବୋଲିଂ କରିଥିଲେ। ସେ ୧୭ ରନ୍ ଖର୍ଚ୍ଚ କରିଥିଲେ। ସେହିପରି ହେଜଲଉଡ୍ ୩.୧ ଓଭର ବୋଲିଂ କରିଥିଲେ। ସେ ୨୧ ରନ୍ ଖର୍ଚ୍ଚ କରିଥିଲେ। ୟଶ ଦୟାଲଙ୍କୁ ୨ଟି ୱିକେଟ୍ ମିଳିଥିଲା ବେଳେ ଭୁବନେଶ୍ବର କୁମାର ଓ ରୋମାରିଓ ସିଫର୍ଡ ଗୋଟିଏ ଲେଖାଏଁ ୱିକେଟ୍ ନେଇଥିଲେ।

LEAVE A REPLY

Please enter your comment!
Please enter your name here