ପ୍ରତିମାସରେ ହେବ ମକ୍‌ଡ୍ରିଲ୍ : ପାକ୍ ସୀମାକୁ ଲାଗିଥିବା ରାଜ୍ୟର ସୀମାରେ ହେବ ଯୁଦ୍ଧାଭ୍ୟାସ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଏକ ଜାତୀୟ ଗଣମାଧ୍ୟମର ଖବର ଅନୁଯାୟୀ, ପ୍ରତିମାସ ଶେଷରେ ପାକିସ୍ତାନକୁ ଲାଗି ରାଜ୍ୟ ଗୁଡ଼ିକରେ ମକ୍‌ଡ୍ରିଲ୍ କରାଯିବ । ଶତ୍ରୁ ପକ୍ଷରୁ ଆକ୍ରମଣ ହେଲେ ସାଧାରଣ ନାଗରିକମାନେ କ’ଣ କରିବେ, କିପରି ସତର୍କ ରହିବେ, ନିଜକୁ କିପରି ସୁରକ୍ଷିତ ରଖିବେ, ଏନେଇ ଅଭ୍ୟାସ କରାଯିବ । ପାକ୍ ସୀମାକୁ ଲାଗିଥିବା ରାଜ୍ୟରେ ହେବ ଶତୃପକ୍ଷରୁ ସମ୍ଭାବ୍ୟ ଆକ୍ରମଣ ମୁକାବିଲା ପାଇଁ ପ୍ରସ୍ତୁତି । ପଞ୍ଜାବ, ଗୁଜରାଟ, ରାଜସ୍ଥାନ ଓ ଜମ୍ମୁ- କାଶ୍ମୀରରେ ୩୧ ମେ’ରେ ଏହି ଅଭ୍ୟାସ କରାଯିବ । ଗୁରୁବାର ଏହି ୪ ରାଜ୍ୟରେ ମକ୍‌ଡ୍ରିଲ୍ ହେବାର ଥିଲା ହେଲେ ପ୍ରଶାସନିକ କାରଣରୁ ଏହାକୁ ସ୍ଥଗିତ ରଖାଯାଇଛି, ବଦଳରେ ଶନିବାର ଯୁଦ୍ଧାଭ୍ୟାସ ହେବ ।

 

ସୂଚନା ପ୍ରକାରେ,୭ ମେ’ରେ ସାରା ଦେଶରେ ଯୁଦ୍ଧାଭ୍ୟାସ କରାଯାଇଥିଲା । ଏହାପରେ ଅପରେସନ ସିନ୍ଦୂର ଜରିଆରେ ପାକିସ୍ତାନ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ କରିଥିଲା ଭାରତୀୟ ବାୟୁସେନା । ପ୍ରଥମେ ପାକିସ୍ତାନ ଓ ପିଓକେରେ ଥିବା ୯ଟି ଆତଙ୍କୀ ଶିବିର ଉପରେ ଆକ୍ରମଣ କରାଯାଇଥିଲା । ଏହାପରେ ପାକିସ୍ତାନ ପଟୁ ଡ୍ରୋନ୍ ଓ ମିସାଇଲ୍ ଆକ୍ରମଣ ହୋଇଥିଲା । ତେବେ ଭାରତର ଏୟାର ଡିଫେନ୍ସ ଏହାକୁ ବିଫଳ କରିଥିଲା । ତେବେ ପାକିସ୍ତାନର ଡ୍ରୋନ୍ ଆକ୍ରମଣର କଡ଼ା ଜବାବ ଦେଇଥିଲା ଭାରତ । ପାକିସ୍ତାନର ୧୧ଟି ଏୟାରବେସ୍ ଉପରେ ଭାରତୀୟ ବାୟୁସେନା ଆକ୍ରମଣ କରି ବ୍ୟାପକ କ୍ଷତି ଘଟାଇଥିଲା । ଏହାପରେ ଭୟରେ ପାକିସ୍ତାନ ଅସ୍ତ୍ରବିରତି ପାଇଁ ଅନୁରୋଧ କରିଥିଲା ।

LEAVE A REPLY

Please enter your comment!
Please enter your name here