ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ମୁଖ୍ୟଯନ୍ତ୍ରୀ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କ ଅନୁଗୁଳସ୍ଥିତ ବାସଭବନ ସମେତ ଚାରିଟି ସ୍ଥାନ ଓ ରାଜ୍ୟର ଅନ୍ୟ ତିନୋଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ ଜାରି ରହିଛି।

ଅନୁଗୁଳ, ପୁରୀ, କଟକ ଓ ଢେ଼ଙ୍କାନାଳ ଭିଜିଲାନ୍ସ ବିଭାଗ ପକ୍ଷରୁ ଏହି ମିଳିତ ଚଢ଼ଉ କରାଯାଉଛି। ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କ ଘରୁ ଭିଜିଲାନ୍ସ ଟିମ୍ ନଗଦ ୨ କୋଟି ଟଙ୍କା ଜବତ କରିଛି। ତାଙ୍କ ଅନୁଗୁଳ ଘରୁ ୯୦ ଲକ୍ଷ ଓ ରାଜଧାନୀ ବାସଭବନରୁ ୧ କୋଟି ୧୦ ଲକ୍ଷ ଟଙ୍କା ନଗଦ ମିଳିଥିବା ଜଣାଯାଇଛି।

ଭିଜିଲାନ୍ସ ଡିଏସପି ଅନୁଷ୍କା ସେନାପତିଙ୍କ ତତ୍ତ୍ଵାବଧାନରେ ଚଢ଼ଉ ଚାଲିଛି। ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀ ଆଉ ଦୁଇ ଦିନ ପରେ ଚାକିରିରୁ ଅବସର ନେଇଥାନ୍ତେ। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

LEAVE A REPLY

Please enter your comment!
Please enter your name here