ବର୍ଷାରୁ ମିଳିବ ଆସ୍ବସ୍ତି ,ଖୁବଶୀଘ୍ର ହେବ ପାଗରେ ପରିବର୍ତ୍ତନ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ବର୍ଷାରୁ ମିଳିବ ଆସ୍ବସ୍ତି ,ଖୁବଶୀଘ୍ର ହେବ ପାଗରେ ପରିବର୍ତ୍ତନ । ରାଜ୍ୟରେ କମିବ ବର୍ଷାର ପରିମାଣ,ବଢିବ ତାପମାତ୍ରା । ଆସନ୍ତାକାଲି ଠାରୁ ଓଡ଼ିଶାରେ କୌଣସି ପାଣିପାଗ ସତର୍କତା ନାହିଁ । ଲଘୁଚାପ ପ୍ରଭାବ ହଟିବା ପରେ ଏଣିକି କମିବ ବର୍ଷା । ଆସନ୍ତା ୧ ତାରିଖରୁ ବର୍ଷାର ପରିମାଣ କମିବ । ଆଗାମୀ ଦୁଇ ଦିନ ପରଠୁ ବଢିବ ତାପମାତ୍ରା । ୨ ରୁ ୪ଡିଗ୍ରୀ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେପଟେ ସର୍ବାଧିକ ବଡଗଡରେ ୫୭ ମିମି ବର୍ଷା ରେକର୍ଡ କରାଯାଇଛି । ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି,”ମୌସୁମୀ ଛୁଇଁବା ପରେ ରାଜ୍ୟରେ ବିଗତ ସାତ ଦିନ‌ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଥିବା ବେଳେ ଏବେ ଲଗାଣ ବର୍ଷାରେ ଲାଗିବ ବ୍ରେକ । ଏନେଇ ଆଗକୁ ସେଭଳି ବଡ଼ ଧରଣର ବର୍ଷା ସମ୍ଭାବନା ନଥିବା ବେଳେ ମୋସୁମୀ ଜନିତ ବର୍ଷା ପରିମାଣ ମଧ୍ୟ ସେଭଳି‌ ଦେଖିବାକୁ ମିଳିବ ନାହିଁ । ଗତ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଥିବା ବେଳେ ଅଧିକ ବର୍ଷା ବରଗଡ଼ ୫୭ ମିମି ବର୍ଷା ରେକର୍ଡ କରଯାଇଛି । ସେପଟେ ଆସନ୍ତା ୨୪ ଘଣ୍ଟାରେ କାଁଭାଁ କିଛି ସ୍ଥାନରେ ଗୋଟିଏ ବା ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ସମ୍ଭାବନା ରହିଛି । ୩୫ରୁ ୪୦ କିମି ବେଗରେ ଝଟକା ଝଟକା ପବନ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।”ସେ ଆହୁରି ମଧ୍ୟ କହିଛନ୍ତି, “ଆସନ୍ତା ୨୪ ଘଣ୍ଟାରେ ବଲାଙ୍ଗୀର, କେନ୍ଦୁଝର, ଦେବଗଡ, ଭଦ୍ରକ କେନ୍ଦ୍ରାପଡା, ଯାଜପୁର, ସୁନ୍ଦରଗଡ, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ, ନବରଙ୍ଗପୁର ଏବଂ ରାୟଗଡାରେ ହାଲୁକା ଓ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେପଟେ ସୁନ୍ଦରଗଡ଼ରେ ସର୍ବାଧିକ ୩୬.୫ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ରାୟଗଡ଼ାରେ ୨୨.୬ଡିଗ୍ରୀ ସେଲସିୟସରୁ ରେକର୍ଡ ହୋଇଛି ‌। ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୫ ରୁ ୬ଡିଗ୍ରୀ ସେଲସିୟସ ହ୍ରାସ ପାଇଥିଲା । ଓଡିଶାର କିଛି ସ୍ଥାନରେ ସ୍ବାଭାବିକଠୁ ୫ରୁ ୬ଡିଗ୍ରୀ ସେଲସିୟସ ତାପମାତ୍ରା ହ୍ରାସ ରହିଥିବା ବେଳେ ଉପକୂଳ ଜିଲ୍ଲାମାନଙ୍କରେ ସ୍ବାଭାବିକଠାରୁ ୩ ଡିଗ୍ରୀ ସେଲସିୟସ ତାପମାତ୍ରା କମ ରହିଥିଲା ।”

LEAVE A REPLY

Please enter your comment!
Please enter your name here