ପୁରୀ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା। ବଡ଼ଦାଣ୍ଡ ଓ ଶ୍ରୀମନ୍ଦିରର ୨ କିଲୋମିଟର ଅବଧି ମଧ୍ୟରେ ମଦ ବାର ଖୋଲାଯିବାକୁ ବାରଣ କରାଯାଇଛି। ତେଣେ ଏହି ପରିସର ଭିତରେ ମଦ ଓ ଆମିଷ ବିକ୍ରିକୁ ନିଷିଦ୍ଧ କରାଯାଇଛି। ସବୁ ଦିନ ଲାଗି ଏହି ନିୟମ ଲାଗୁ ରହିବ। ଆଜି ଏନେଇ ଅବକାରୀ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।