ଆଜି ଆସୁଛନ୍ତି ମୋଦୀ

0
Oplus_131072

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ବିଜେପି ସରକାରର ବର୍ଷପୂର୍ତ୍ତି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗ ଦେବେ । ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ମୋଦିଙ୍କର ଏହା ଷଷ୍ଠ ଓଡ଼ିଶା ଗସ୍ତ । ମୋଦିଙ୍କ ଗସ୍ତ ପାଇଁ କଡ଼ାକଡ଼ି ହୋଇଛି ସୁରକ୍ଷା ବ୍ୟସ୍ଥା । ସୁରକ୍ଷା ଛାଉଣୀରେ ପରିଣତ ହୋଇଛି ଜନତା ମୈଦାନ । ତ୍ରିରଙ୍ଗା ଯାତ୍ରା ଓ ରୋଡ ସୋ ପାଇଁ କଡ଼ା ସୁରକ୍ଷା ବନ୍ଦୋବସ୍ତ ହୋଇଛି । ସୁରକ୍ଷାରେ ନିୟୋଜିତ ହୋଇଛନ୍ତି ୧୩୩ ପ୍ଲାଟୁନ ଫୋର୍ସ । କେବଳ ୨୫ ପ୍ଲାଟୁନ ଫୋର୍ସ ରୁଟ ଲାଇନରେ ମୁତୟନ ହେବେ । ୫ଶହରୁ ଅଧିକ ଅଫିସର ମୁତୟନ ଅଛନ୍ତି । ସେଣ୍ଟ୍ରାଲ ଆର୍ମଡ ପୋଲିସ ଫୋର୍ସ ଏବଂ ସ୍ଵତନ୍ତ୍ର ଏଜେନ୍ସୀ ବି ସୁରକ୍ଷା ଦାୟିତ୍ୱରେ ଅଛନ୍ତି । ରୁଫ ଟପ ସୁରକ୍ଷା ବ୍ୟବସ୍ଥା ସହ ସାଧା ପୋଷାକରେ ପୋଲିସ ଅଫିସର ରହିବେ । ଏୟାର ପୋର୍ଟରୁ ଜନତା ମଇଦାନ ପର୍ଯ୍ୟନ୍ତ ଟ୍ରାଫିକ ବ୍ୟବସ୍ଥା, ଭିଡ଼ ନିୟନ୍ତ୍ରଣ ଏବଂ ପରିଚାଳନା, ଆତଙ୍କବାଦ କାର୍ଯ୍ୟକଳାପକୁ ଦମନ କରିବା ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି । ପ୍ରଧାନମନ୍ତ୍ରୀଙ୍କ ରୋଡ଼ ସୋ ପାଇଁ ଟ୍ରାଫିକ ଆଡଭାଇଜରୀ ମଧ୍ୟ ଜାରି କରାଯାଇଛି । ଡ୍ରୋନ ଉଡ଼ାଣ ଉପରେ ଲାଗିଛି ରୋକ । ମୋଦିଙ୍କ ଗସ୍ତ ପୂର୍ବରୁ ଗତକାଲି ବିମାନବନ୍ଦରରୁ କାରକେଡ ରିହରସାଲ ହୋଇଛି ।

 

ଓଡ଼ିଶାକୁ ୧୮ ହଜାର ୬୦୦ କୋଟିର ଭେଟି ଦେବେ ମୋଦି । ୧୮ ହଜାର ୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ । ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ।

 

ଏହି ପ୍ରକଳ୍ପଗୁଡ଼ିକ ଭିତରେ ରହିଛି ପିଇବା ପାଣି, ସିଞ୍ଚନ, କୃଷି ଭିତ୍ତିଭୂମି, ସ୍ୱାସ୍ଥ୍ୟ ଭିତ୍ତିଭୂମି, ଗ୍ରାମୀଣ ରାସ୍ତା ଓ ପୋଲ, ଜାତୀୟ ରାଜପଥ, ଓ ଏକ ନୂଆ ରେଳମାର୍ଗ । ପ୍ରଧାନମନ୍ତ୍ରୀ ବୌଦ୍ଧ ଜିଲ୍ଲାକୁ ପ୍ରଥମ ଥର ପାଇଁ ରେଳ ସଂଯୋଗ କରୁଥିବା ନୂଆ ଟ୍ରେନ ସେବାର ଶୁଭାରମ୍ଭ କରିବେ । ପରିବହନ ବ୍ୟବସ୍ଥା ଅଧୀନରେ ୧୦୦ଟି ଇଲେକ୍ଟ୍ରିକ ବସର ଶୁଭାରମ୍ଭ କରିବେ । ବିଶିଷ୍ଟ ଓଡ଼ିଆଙ୍କ ଅବଦାନକୁ ସମ୍ମାନ ଜଣାଇ, ପ୍ରଧାନମନ୍ତ୍ରୀ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ ଉଦ୍ ଘାଟନ କରିବେ ।

LEAVE A REPLY

Please enter your comment!
Please enter your name here