ନୂଆପଡା ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ପୂର୍ବ ଡାକରା ଆନୁଜାୟିସାରା ରାଜ୍ୟ ରେ ବିଜେଡି ଯୁବ ଛାତ୍ର ରାଜ ରାସ୍ତା କୁ ଓହ୍ଲାଇ ଥିବା ବେଳେ ନୂଆପଡ଼ା ଜିଲ୍ଲା ରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି । ଆଜି ନୂଆପଡ଼ା ଜିଲ୍ଲା ଖଡ଼ିଆଳ ସ୍ଥିତ ସ୍ଵୟଂ ଶାସିତ ମହା ବିଦ୍ୟାଳୟ ସମ୍ମୁଖ ରେ ଶହଶହ ଛାତ୍ର ଛାତ୍ରୀ ଏକତ୍ରିତ ହୋଇ ରାଜ୍ୟ ସରକାର ଙ୍କ ବିରୁଦ୍ଧ ନାରା ବାଜି କରିଥିଲେ । ଶେଷ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଙ୍କ କୁଶପୁତ୍ତଳିକା ଦହନ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।
ରାଜ୍ୟରେ ଛାତ୍ରୀମାନଙ୍କୁ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି ବିଜେଡି ଯୁବ ଓ ଛାତ୍ର ଶାଖା ପକ୍ଷରୁ ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କରି ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନ ଚାଲିଛି।
ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରଠାରୁ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଯୁବତୀମାନଙ୍କୁ ଅସଦାଚରଣ, ଦୁଷ୍କର୍ମ, ଅପହରଣ ଓ ହତ୍ୟା ଘଟଣା ପ୍ରତିଦିନ ଖବରକାଗଜରେ ଶିରୋନାମା ହେଉଛି। ଗୋପାଳପୁର ଭଳି ଏକ ପର୍ଯ୍ୟଟନସ୍ଥଳରେ ଜଣେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କୁ ଗଛରେ ବାନ୍ଧି ଦେଇ ତାଙ୍କ ସାମନାରେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା କେନ୍ଦୁଝରରେ ମଧ୍ୟ ଏକ ଦୁଃଖଦ ଘଟଣା ଘଟିଥିଲା। ଏହିଭଳି ସମ୍ୱେଦନଶୀଳ ପ୍ରସଙ୍ଗରେ ରାଜ୍ୟ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ଓ ଆଇନଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି।
ଆଗାମୀ ଦିନରେ ଉକ୍ତ ଘଟଣା ର ଦୋଷୀ ମାନଙ୍କ ବିରୁଦ୍ଧ ରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ଆଇନ ଶୃଙ୍ଖଳା ପରିସ୍ଥିତି ରେ ସୁଧାର ନ ଆସିଲେ ରାଜ୍ୟ ବ୍ୟାପି ଆନ୍ଦୋଳନ ତୀବ୍ରତର ହେବ ବୋଲି ବିଜେଡ଼ି ନେତା ମାନେ ମାନଙ୍କ ସହ କର୍ମୀ ମାନେ କହିଛନ୍ତି ।