ମୁମ୍ବାଇ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ମୁମ୍ବାଇ ସ୍ଥିତ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ପୂର୍ବତନ ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳ ବୁଧବାର ଓଡିଶାର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ଗଞ୍ଜାମ ଜିଲ୍ଲାର ବିଜେଡି କର୍ମୀ ଓ ନେତା l ଉକ୍ତ ସମୟରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚନ୍ଦ୍ରଶେଖର ସାହୁ, ପୂର୍ବତନ ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ, ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା, ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ପୂର୍ବତନ ବିଧାୟକ ପ୍ରବଣ ବଳବନ୍ତରାୟ, ସାଂସଦ ମାନସ ମଙ୍ଗରାଜ, ବିଧାୟକ ଶୁଶାନ୍ତ ରାଉତ, ବିଧାୟକ ସଞ୍ଜିବ ମଲ୍ଲିକ, ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ ଏବଂ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଉପସ୍ଥିତ ଥିଲେ।ମାନ୍ୟବର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ବିରୋଧୀଦଳ ନେତା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ବଡ଼ ଭାଇ ଶ୍ରୀଯୁକ୍ତ ପ୍ରେମ୍ ପଟ୍ଟନାୟକଙ୍କ ସହିତ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଅଧିକ ଆଲୋଚନା କରିଥିବା ସୂଚନା ମିଳିଛି। ଏହି ସମୟରେ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସଂତୃପ୍ତ ମିଶ୍ର ଉପସ୍ଥିତ ଥିଲେ।ପ୍ରଭୁ ଶ୍ରୀ ଜଗନାଥଙ୍କ ନିକଟରେ ନବୀନ ପଟ୍ଟନାୟକଙ୍କର ଆଶୁ ଆରୋଗ୍ୟ କାମନା କରିଛୁ ବୋଲି ବିଜେଡି କର୍ମୀ କହିଛନ୍ତି l