ବିପ୍ଲବୀ ପରିକ୍ରମା ଡିଜିଟାଲ :- ରାଜ୍ୟରେ ଆହୁରି ୩ରୁ ୪ ଦିନ ନିର୍ଦ୍ଧୁମ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ପୁରା ରାଜ୍ୟରେ ଆଜି ବର୍ଷା ହେବା ସମ୍ଭାବନା ରହିଛି । ଦୁଇଟି ଜିଲ୍ଲା କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ୩ ରୁ ୪ଦିନ ପର୍ଯ୍ଯନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଥିବା ବେଳେ ଆଗାମୀ ୨୪ ଘଣ୍ଟା ପାଇଁ ଦୁଇଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରିଛି । ଯାହାକି କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ତଥା ଭାରି ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି, ଘଡଘଡି ସହ ବଜ୍ରପାତର ମଧ୍ୟ ଆଲର୍ଟ ଜାରି କରାଯାଇଛି । ସେହିପରି ବାଲେଶ୍ବର,ଭଦ୍ରକ, ଯାଯାପୁର, ଅନୁଗୋଳ, କେନ୍ଦ୍ରାପଡା, ଢେଙ୍କାନାଳ, ଝାରସୁଗୁଡା, ସମ୍ବଲପୁର, ଦେଓଗଡ, ସୁନ୍ଦରଗଡ ଆଦି ଜିଲ୍ଲା ପାଇଁ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ସହ ବିଜୁଳି, ଘଡଘଡି, ବଜ୍ରପାତ ଏବଂ ଝଟକା ପବନ ୩୦ରୁ ୪୦କିମି ବେଗରେ ବହିବା ସମ୍ଭାବନା କରିଛି lସେହିପରି ବରଗଡ, ସୋନପୁର, ବୋଦ୍ଧ, ଜଗତସିଂହପୁର, କଟକ, ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିବା ସହ ୱେଲୋ ଆର୍ଲଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ ପାଇଁ ମଧ୍ୟ ୱେଲୋ ଆଲର୍ଟ ଜାରି ହୋଇଥିବା ବେଳେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣି ପାଗ ବିଭାଗ । ବିଜୁଳି ଓ ଘଡଘଡି ସହ ବଜ୍ରପାତର ମଧ୍ୟ ଆଶଙ୍କା ରହିଛି ।ଆଜି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ସମ୍ବଲପୁର ପାଇଁ ଅରେଞ୍ଜ ଆଲର୍ଟ ସହ ବିଜୁଳି, ଘଡଘଡି ସହ ଝଟକା ପବନ ହେବା ନେଇ ପୂର୍ବାନୁମାନ କରିଛି ବିଭାଗ । ଘଣ୍ଟା ପ୍ରତି ୩୦ ରୁ ୪୦କିମି ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ଜାରି ରହିବ । ସେହିପରି ଅନ୍ୟ ସବୁ ଜିଲ୍ଲା ପାଇଁ ମଧ୍ୟ ୱେଲୋ ଆଲର୍ଟ ଜାରି କରିଛି ପାଣିପାବ ବିଭାଗ ।ସେହିପରି ୨୭ ଓ ୨୮ ତାରିଖ ପାଇଁ ବିଭିନ୍ନ ଜିଲ୍ଲାରେ ୱେଲୋ ଆଲର୍ଟ ଜାରି ହୋଇଥିବା ବେଳେ ଆସନ୍ତା ୨୯ ତାରିଖରୁ ବର୍ଷା ପରିମାଣ କମିବ ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି । ସେହିପରି ଆସନ୍ତାକାଲି ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି ।