ପବିତ୍ର ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋହନ ଓ ନବୀନ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ସ୍ୱାଗତ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିୟମ, ନିଷ୍ଠାର ସହ ରଥଯାତ୍ରାରେ ସାମିଲ ହୋଇ ରଥାରୁଢ଼ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ କରି ଆଶୀର୍ବାଦ ଲାଭ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ରାଜ୍ୟପାଳ ହରିବାବୁ କମ୍ଭମ୍ପତି ମଧ୍ୟ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶାନ୍ତି ଓ ସୁଖ ସମୃଦ୍ଧିର କାମନା କରିବା ସହ ପ୍ରଭୁଙ୍କର ସ୍ବର୍ଗୀୟ ଆଶୀର୍ବାଦ କାମନା କରି ଶୁଭେଚ୍ଛା ଜଣାଇଛନ୍ତି ।

 

ସେହିପରି ରାଜ୍ୟବାସୀଙ୍କୁ ରଥଯାତ୍ରାର ଶୁଭେଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ମୁମ୍ବାଇ କୋକିଳାବେନ ଧୀରୁଭାଇ ଅମ୍ବାନୀ ମେଡିକାଲରୁ ଶୁଭେଛା ଜଣାଇଛନ୍ତି ନବୀନ ପଟ୍ଟନାୟକ। ସର୍ଜରୀ ପରେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି ନବୀନ। ଗତକାଲି ଆଇସିୟୁରୁ ରୁମକୁ ସିଫ୍ଟ ହୋଇଥିଲେ। ରବିବାର ମୁମ୍ବାଇର କୋକିଳାବେନ ଧୀରୁବାଇ ଅମ୍ବାନୀ ହସପିଟାଲରେ ନବୀନ ପଟ୍ଟନାୟକଙ୍କ ସଫଳତାର ସହ ସର୍ଭାଇକାଲ ଆର୍ଥ୍ରାଇଟିସ ଅପରେସନ ହୋଇଥିଲା। ଆଜି ତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଥା ହୋଇ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଥିଲେ। ବହୁ ଜାତୀୟ ସ୍ତରର ନେତା ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିବା ସହ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

LEAVE A REPLY

Please enter your comment!
Please enter your name here