ବିପ୍ଲବୀ ପରିକ୍ରମା ଡିଜିଟାଲ :- ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା l ଆଜି ପବିତ୍ର ରଥଯାତ୍ରାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି l ଆଜି ରଥଯାତ୍ରାରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଝାରସୁଗୁଡା ଏହି ୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ ,ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତି ଏହି ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ । ଏହିପରି ବର୍ଷା ଜୁଲାଇ ୨ ତାରିଖ ବର୍ଷା ଲାଗିରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।