ଶରଧାବାଲିରେ ଠେଲାପେଲା ଦଳାଚକଟାରେ ୩ ମୃତ

0

ପୁରୀ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ପୁରୀ ଶରଧାବାଲିରେ ଠେଲାପେଲା ଦଳାଚକଟା । ତିନି ଭକ୍ତଙ୍କ ଜୀବନ ଯାଇଛି । ସେମାନଙ୍କ ଭିତରୁ ଦୁଇ ଜଣ ପୁରୁଷ ଥିବା ବେଳେ ଜଣେ ମହିଳାଙ୍କ ମୃତ୍ୟ ହୋଇଛି । ମୃତକ ମାନେ ହେଲେ ବାସନ୍ତୀ ସାହୁ, ପ୍ରେମକାନ୍ତ ମହାନ୍ତି ଓ ପ୍ରଭାତୀ ଦାସ ।

ସୂଚନା ଅନୁସାରେ ଆଜି ଭୋର ୪ ସମୟରେ ଏପରି ଅଘଟଣ ଘଟିଛି । ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି । ପ୍ରବଳ ଜନସମାଗମ ଯୋଗୁଁ ଦଳାଚକଟା ହୋଇଛି । ଯେଉଁ ସ୍ଥାନରେ ଦଳାଚକଟା ହୋଇଛି ସେଠାରେ ପ୍ରଶାସନ ତରଫରୁ ପୂର୍ବରୁ କୌଣସି ସୁରକ୍ଷା କିମ୍ବା ପୋଲିସ ବାହନୀ ସେଠାରେ ଉପସ୍ଥିତ ନଥିଲେ । ଯେଉଁ କାରଣରୁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇ ଠେଲାପେଲା-ଦଳାଚକଟା ହୋଇଥିଲା ।

ସେହିପରି ରଥଯାତ୍ରା ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ‘ନନ୍ଦିଘୋଷ’ରଥ ନଗଡ଼ିବାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ତୀବ୍ର ଆକ୍ରୋଶ ଦେଖିବାକୁ ମିଳିଥିଲା । ଯଦିଓ ମହାପ୍ରଭୁଙ୍କ ପହଣ୍ଡିଠୁ ଆରମ୍ଭ କରି ସମସ୍ତ ପ୍ରକାରର ନୀତିକାନ୍ତି ସୁରୁଖୁରରେ ସମ୍ପନ୍ନ ହୋଇଥିଲେ ମଧ୍ୟ ଭିଡ଼ ନିୟନ୍ତ୍ରଣରେପୋଲିସ କାହିଁକି ବିଫଳ ହେଲା ତାକୁ ନେଇ ପ୍ରଶ୍ନ ଉଠିଛି ।ଏହା ପର ଦିନ ମନ୍ଦିର ପ୍ରଶାସନ ପକ୍ଷରୁ ଦ୍ୱିତୀୟ ଦିନରେ ରଥଟଣା କାର୍ଯ୍ୟ ପ୍ରାୟ ସକାଳ ୯ଟା ୫୦ମିନିଟରେ ଆରମ୍ଭ ହୋଇଥିଲା । ମହାପ୍ରଭୁଙ୍କ ନନ୍ଦିଘୋଷଙ୍କ ରଥ ଦିନ ପ୍ରାୟ ୧ଟା ୧୦ମିନିଟରେ ଶରଧାବାଲିରେ ପହଂଚିଥିଲା । ଏହାପୂର୍ବରୁ ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖସ୍ଥ ଶରଧାବାଲିରେ ପହଂଚିଥିଲା ।

LEAVE A REPLY

Please enter your comment!
Please enter your name here