ବିପ୍ଲବୀ ପରିକ୍ରମା ଡିଜିଟାଲ:- ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି,ଆହୁରି ବର୍ଷିବ । ଆସନ୍ତା ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ଝାରସୁଗୁଡା, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଏଥିସହ ସମୁଦ୍ର ଅଶାନ୍ତ ଥିବାରୁ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।