ଜିଲ୍ଲା କୋର୍ଟରେ ଅନୁଷ୍ଠିତ ହେବ ‘ଜିଲ୍ଲାସ୍ତରୀୟ ଲୋକ ଅଦାଲତ’

0
Oplus_131072

ଗଞ୍ଜାମ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ମାସ ୨୭ ତାରିଖ ରବିବାର ଦିନ ବ୍ରହ୍ମପୁର ସ୍ଥିତ ଜିଲ୍ଲା ଅଦାଲତ ପରିସରରେ ଅନୁଷ୍ଠିତ ହେବ ‘ଜିଲ୍ଲାସ୍ତରୀୟ ଲୋକ ଅଦାଲତ’ l ଏଥିରେ କେବଳ ବିଚାରାଧୀନ ଚେକ୍ ବାଉନ୍ସ ମାମଲାର ଆପୋଷ ସହମତିରେ ସମାଧାନ କରାଯିବ । ଦୀର୍ଘଦିନ ଧରି ଚାଲୁ ରହିଥିବା ମକଦ୍ଦମାକୁ ନିଃଶୁଳ୍କ ଏବଂ ସ୍ୱଳ୍ପ ସମୟ ମଧ୍ୟରେ ସମାଧାନ କରିବା ପାଇଁ ଏହା ଏକ ବଡ଼ ସୁଯୋଗ l ସବିଶେଷ ବିବରଣୀ ପାଇଁ ଗଞ୍ଜାମ ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ, ବ୍ରହ୍ମପୁର କାର୍ଯ୍ୟାଳୟ ସହିତ ଯୋଗାଯୋଗ କରିପାରିବେ l

LEAVE A REPLY

Please enter your comment!
Please enter your name here