ଗଜପତି ( ବିପ୍ଲବୀ ପରିକ୍ରମା ):- ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଉଖୁରା ଓ ତରଭା ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଅଛି। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗବରା ତିରୁପତି ରାଓ, ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ମରୀୟମ୍ ରଇତଙ୍କ ସହ ବିଜେଡି ବହୁ ନେତା ଓ କର୍ମୀ ପ୍ରମୁଖ ଯୋଗ ଦେଇଥିଲେ। ପାତିମୂଲ୍ କଲୋନି ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ସାତ ଲକ୍ଷ, ଲିଙ୍ଗା ଗୋଷ୍ଠୀ କେନ୍ଦ୍ର ନିର୍ମାଣ ପାଇଁ ପାଞ୍ଚ ଲକ୍ଷ, ପାତିମୂଲ୍ ଗୋଷ୍ଠୀ କେନ୍ଦ୍ର ନିର୍ମାଣ ପାଇଁ ପାଞ୍ଚ ଲକ୍ଷ, ଉପର ଉଖୂରା ଗୋଷ୍ଠୀ କେନ୍ଦ୍ର ଗୃହ ନିର୍ମାଣ ପାଇଁ ସାତ ଲକ୍ଷ ଅନୁଦାନ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଦ୍ଵାରା ମଞ୍ଜୁର କରାଯାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଦ୍ଵାରା ଏହି ସହାୟତା ରାଶି ପ୍ରଦାନ କରି ଥିବାରୁ ସମସ୍ତ ଗ୍ରାମବାସୀ ଗଣ ଉପସ୍ଥିତ ଅତିଥି ମାନଙ୍କୁ ସମ୍ମାନିତ କରିବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ 5T ତଥା ଆମ ଓଡ଼ିଶା ନବୀନଓଡ଼ିଶା ର ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।