ରାଜସ୍ଥାନରେ ଆରମ୍ଭ ହେଲା ଭଜନ ରାଜ୍

0

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ଆଜିଠୁ ରାଜସ୍ଥାନରେ ଆରମ୍ଭ ହେବ ଭଜନ ରାଜ୍ । ସାଙ୍ଗନୌର ବିଧାୟକ ଭଜନଲାଲ ଶର୍ମା ଆଜି ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ସେହିପରି ଉପମୁଖ୍ୟମନ୍ତ୍ରୀ ପାଇଁ ମଧ୍ୟ ରାଜସ୍ଥାନରେ ଲାଗୁ ହୋଇଛି ଛତିଶଗଡ଼ ଓ ମଧ୍ୟପ୍ରଦେଶ ଫର୍ମୁଲା । ଅର୍ଥାତ୍ ଦୁଇ ଜଣ ହେବେ ଉପମୁଖ୍ୟମନ୍ତ୍ରୀ । ସେମାନେ ହେଲେ ଦୀୟା ସିଂହ ଓ ପ୍ରେମଚାନ୍ଦ ବୈରୱା ।ସେହିପରି ବାସୁଦେବ ଦେବନାନୀ ହେବେ ରାଜସ୍ଥାନ ବିଧାନସଭାର ବାଚସ୍ପତି । ଭଜନଲାଲ ବ୍ରାହ୍ମଣ ସଂପ୍ରଦାୟରୁ ପ୍ରତିନିଧିତ୍ବ କରୁଛନ୍ତି । ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ, ଭଜନଲାଲ ଶର୍ମା ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ଲାଗି ଦାବି ଜଣାଇଥିଲେ । ୫୬ ବର୍ଷୀୟ ଭଜନଲାଲ ରାଜସ୍ଥାନର ସାଙ୍ଗନେର ବିଧାନସଭା ଆସନରୁ ନିର୍ବାଚନ ଜିତିଛନ୍ତି । ସେ ଜୟପୁରସ୍ଥିତ ରାଜସ୍ଥାନ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ । ରାଜସ୍ଥାନରେ ୫ ବର୍ଷର ବ୍ୟବଧାନ ପରେ ପୁଣି ସତ୍ତାକୁ ଫେରିଛି ବିଜେପି । ବିଧାନସଭା ନିର୍ବାଚନରେ ୧୧୬ ସିଟରେ ବିଜୟ ହାସଲ କରି ପୂର୍ଣ୍ଣ ବହୁମତରେ ସରକାର ଗଢ଼ିବା ପାଇଁ ଯାଉଛି ବିଜେପି ।ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଞ୍ଚ ଉପରେ ଉପସ୍ଥିତ ଥିଲେ। ତାଙ୍କ ସହ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ସାମିଲ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ଜୟପୁର ସମେତ ରାଜସ୍ଥାନର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି ।

LEAVE A REPLY

Please enter your comment!
Please enter your name here