ଗଜପତି ( ବିପ୍ଲବୀ ପରିକ୍ରମା ):- ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ହୋଇଯାଇଛି । ଓଡିଶା ଜଳ ସମ୍ପଦ ବିଭାଗ ଏବଂ କ୍ଷୁଦ୍ର ଜଳସେଚନ ବିଭାଜନ ଗଜପତିର ମିଳିତ ଆନୁକୁଲ୍ୟରେ ପାରଳାଖେମୁଣ୍ଡି ସହରର ୟୁନିୟନ ବ୍ୟାଙ୍କ ଆର୍ସେଟି ସଭାଗୃହ ଠାରେ ପାଣି ପଞ୍ଚାୟତ ପକ୍ଷପାଳନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସଚେତନତା ରଥ ଗୁଡିକର ଶୁଭାରମ୍ଭ ହୋଇଛି । ଏହି ସଚେତନତା ରଥ ଜିଲ୍ଲାର ବିଭିନ୍ନ ସ୍ଥାନକୁ ଭ୍ରମଣ କରି ସଚେତନତା କରାଇବ ବୋଲି ସୂଚନା ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ପ୍ରାଣି ଚିକିତ୍ସକ ମଞ୍ଚାସୀନ ଥିଲେ ।
ଜିଲ୍ଲାର ବିଭିନ୍ନ ପାଣି ପଞ୍ଚାୟତର ଚାଷୀ ଓ କର୍ମକର୍ତ୍ତା ମାନଙ୍କ ଉପସ୍ଥିତିରେ ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇଥିଲା । ଜିଲ୍ଲାରେ ଜଳ ପରିଚାଳନା କ୍ଷେତ୍ରରେ ପାଣି ପଞ୍ଚାୟତ ଗୁଡିକର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ସହଭାଗୀ ଜଳସେଚନ ମାଧ୍ୟମରେ ତୃଣମୂଳସ୍ତରରେ ଜଳର ଉପଲବ୍ଧତାରେ ଗୁଣାତ୍ମକ ମାନ ବୃଦ୍ଧି ଆଦି ପରିପ୍ରେକ୍ଷୀରେ ଏହି ପାଣି ପଞ୍ଚାୟତ ପକ୍ଷପାଳନ କରାଯାଉଛି । ଜିଲ୍ଲାର ସମସ୍ତ ବ୍ଲକରେ ରଥ ବୁଲି ଜନସାଧାରଣଙ୍କୁ ପାଣି ପଞ୍ଚାୟତର ଭୂମିକା ସମ୍ପର୍କରେ ବାର୍ତ୍ତା ନେଇ ସଚେତନତା କରାଯାଉଥିବାର କୁହାଯାଇଛି । ଏହି ଅବସରରେ ସମସ୍ତ ଅତିଥି ବୃନ୍ଦ ପାଣି ପଞ୍ଚାୟତର ଭୂମିକା ଓ ଏହାର ସୁପରି ଚାଳନା ନିମନ୍ତେ ଉପସ୍ଥିତ ଥିବା ବିଭିନ୍ନ ପାଣି ପଞ୍ଚାୟତର କୃଷକ ମାନଙ୍କୁ ପରାମର୍ଶ ପ୍ରଦାନ କରିଥିଲେ । ଏହି ଅବସରରେ ପୂର୍ବରୁ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ଵାରା ପୁରଷ୍କୃତ କରଯାଇଥିଲା । ଏହି କାର୍ଯ୍ୟକ୍ରମରେ ସମସ୍ତ ବ୍ଲକର ପଞ୍ଚାୟତ ସମିତି ଅଧକ୍ଷ/ଅଧ୍ୟକ୍ଷା, ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀଗଣ, ସମସ୍ତ ବ୍ଲକରୁ ଆସିଥିବା କୃଷକ ପ୍ରମୁଖ ଉପସ୍ଥିତ ଥିଲେ ।