ଗଜପତି ( ବିପ୍ଲବୀ ପରିକ୍ରମା ):- ଗଜପତି ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗାଡି ଦୁର୍ଘଟଣାରେ ପରିସଲ ଗ୍ରାମର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜ୍ଞାପନ କରିବା ସହ ଅମର ଆତ୍ମାର ସଦଗତି କାମନା କରୁଛି। ଏଭଳି ସମୟରେ ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ନୂଆ ନୂଆ ନେତା ହୋଇଥିବା ବିଜୟ ପଟ୍ଟନାୟକଙ୍କର ମନ୍ତବ୍ୟ ମତେ ଆଶ୍ଚର୍ଯ୍ୟ କରିଛି। ଭୁବନେଶ୍ୱରରେ ବସି ସତ କଥା ନଜାଣି ମିଡିଆ ସାମ୍ନାରେ ଡାହାମିଛ କହିବାରେ ବୋଧେ ସେ ପିଏଚଡି କରିସାରିଲେଣି। ହଜାର ହଜାର ସଂଖ୍ୟାରେ ଗଜପତିବାସୀ ଦେଖିଛନ୍ତି ୫-ଟି ଅଧ୍ୟକ୍ଷ ଗଜପତିକୁ ହେଲିକପଟରରେ ଆସିଥିଲେ, ଆଉ ୨ଟା ୧୫ରେ ହେଲିକପଟରରେ ଭୁବନେଶ୍ୱର ଫେରିଥିଲେ। ଦୁର୍ଘଟଣା ପ୍ରାୟ ୨ଟା ୪୫ରେ ଘଟିଛି। ବିଜୟ ପଟ୍ଟନାୟକ ଯେଉଁ ଦୁର୍ଘଟଣାର ଅବତାରଣା କରିଛନ୍ତି ତାହା ଏକ ସୁରକ୍ଷାକର୍ମୀଙ୍କ ଗାଡି ଦ୍ୱାରା ହୋଇଛି। ଯାହା ସଂପୂର୍ଣ୍ଣ ଅପ୍ରତ୍ୟାଶିତ ଥିଲା। ଦୁର୍ଘଟଣା କେବେ କେହି ଜାଣିଶୁଣି କରନ୍ତି ନାହିଁ।ଏଭଳି ସମୟରେ ଏହି ଘଟଣାକୁ ନେଇ ରାଜନୀତି କରିବା ଦୁର୍ଭାଗ୍ୟଜନକ। ଯେଉଁ ବୟାନ ବିଜୟ ପଟ୍ଟନାୟକ ଦେଇଛନ୍ତି, ତାହା ତାଙ୍କୁ ଲଜ୍ଜା ଲାଗିବା କଥା। ଗଜପତିବାସୀ ଏଭଳି ଆଭିମୁଖ୍ୟକୁ ଜାଣିଗଲେଣି। ବୋଲି ଏକ ସାମ୍ୱାଦିକ ସମ୍ମୀଳନୀରେ କହିଛନ୍ତି ବିଜେଡ଼ି ଜିଲ୍ଲା ସଭାପତି ଜଗବନ୍ଧୁ ଦାସ।