ଗଜପତି ( ବିପ୍ଲବୀ ପରିକ୍ରମା ):- ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ରାଜଦାଣ୍ଡ ଠାରେ ମହସମରହୋରେ ୧୪ତମ ଜାତୀୟ ଭୋଟର ଦିବସ ପାଳିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର କୁମାର ଦାସଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଜାତୀୟ ଭୋଟର ଦିବସରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ସେହିପରି ସମ୍ମାନିତ ଅତିଥି ରୂପେ ଆରକ୍ଷୀ ଅଧିକ୍ଷକ ସ୍ଵାତୀ ଏସ କୁମାର ଯୋଗଦାନ କରି ଭୋଟ ଦେବାର ଆବଶ୍ୟକତା ଏକ ଗୁରୁତ୍ବପୂର୍ଣ୍ଣ ବିଷୟ ଜଣାଇ ଭୋଟର ବିଭିନ୍ନ ପ୍ରକ୍ରିୟା ସମ୍ପର୍କରେ ଅବଗତ କରାଇଥିଲେ ଏବଂ ମତଦାତାଙ୍କ ସଂକଳ୍ପ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ।
ଅନ୍ୟତମ ଅତିଥି ଭାବେ ପାରଳାଖେମୁଣ୍ଡି ବନ ଖଣ୍ଡ ଅଧିକାରୀ ଏସ ଆନନ୍ଦ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକ ପ୍ରମୁଖ ମଞ୍ଚାସିନ ରହି ଭୋଟଦାତାଙ୍କ ଭୂମିକା ଏବଂ ଏହାର ଅପରିହାର୍ଯ୍ୟତା, ଭୋଟ ତାଲିକା ସଂଶୋଧନର ପ୍ରକ୍ରିୟାକରଣ ସମ୍ପର୍କରେ ଅବଗତ କରାଇ ଥିଲେ । ଯୁବ,ନୂତନ ଭୋଟର ଦାତା ମାନଙ୍କୁ ଭୋଟ ପରିଚୟପତ୍ର ପ୍ରଦାନ କରାଯାଇଥିଲା । ଏହି ଅବସରରେ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ପ୍ରବନ୍ଧ, ବକୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା କରଯାଇଥିଲା କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବ।ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅଧିକାରୀ ,ବିଭାଗୀୟ କର୍ମଚରୀ, ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ବରିଷ୍ଠ ନାଗରିକ ଉପସ୍ଥିତ ଥିଲେ।