ବିପ୍ଲବୀ ପରିକ୍ରମା ବ୍ୟୁରୋ :- ବିଜେପିରେ ହେଲେ ସାମିଲ । ବିଜେପି ଦଳୀୟ କାର୍ଯ୍ୟାଳୟକୁ ଆସି ସାମିଲ ହେଲେ ପ୍ରଦୀପ । ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ମିଶିଲେ । ଗତ କିଛି ଦିନ ତଳେ ପ୍ରଦୀପ ପାଣିଗ୍ରାହୀ ଓ ମନମୋହନ ସାମଲ ପରସ୍ପରକୁ ଭେଟିଥିଲେ । ସେବେଠାରୁ ପ୍ରଦୀପ ବିଜେପିରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ସୂଚନାଯୋଗ୍ୟ ଯେ, ୨୦୨୦ ମସିହା ନଭେମ୍ବର ୨୦ ତାରିଖରେ ଜନବିରୋଧୀ କାର୍ଯ୍ୟ ପାଇଁ ପ୍ରଦୀପଙ୍କୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରିଥିଲା ଦଳ । ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଡକ୍ଟର ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦେଶକୁ ସାରା ବିଶ୍ବରେ ସମ୍ମାନିତ କରିଛନ୍ତି। ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ବିଜେପିରେ ମିଶିଛି।
ନବୀନ ବାବୁ ଅଟଳ ବିହାରୀ ବାଜପେୟୀଙ୍କ ଆଶୀର୍ବାଦରେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ହେଲେ ପରେ ନିଜର ସ୍ବାର୍ଥ ଲାଗି ବିଜେପିର ହାତ ଛାଡ଼ିଥିଲେ। ନବୀନ ବାବୁଙ୍କୁ ହଟାଇବା ଓ ବିଜେପିକୁ କ୍ଷମତା ଆଣିବାର ସମୟ ଆସିଛି। ପୂର୍ଣ୍ଣ ସମର୍ଥନ ଦେଇ ଥରେ ବିଜେପିକୁ ଓଡ଼ିଶାରେ କ୍ଷମତାସୀନ କରିବାକୁ ସେ ଓଡ଼ିଶାବାସୀଙ୍କୁ ନିବେଦନ କରିଛନ୍ତି। ଆସନ୍ତା ୨୨ତାରିଖରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ନିଜ ସମର୍ଥକମାନଙ୍କ ସହିତ ବିଜେପିରେ ଯୋଗଦେଇଛନ୍ତି।