ମେଣ୍ଟ ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ

0

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ମେଣ୍ଟ ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ । ମେଣ୍ଟ ହେବନି ବୋଲି ସ୍ପଷ୍ଟ କଲେ ରାଜ୍ୟ ବିଜେପି ସଭାପତି । X ହ୍ୟାଣ୍ଡଲରେ ପୋଷ୍ଟ କରି ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେପଟେ ମନମୋହନଙ୍କ ଟ୍ବିଟକୁ ରିପୋଷ୍ଟ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ସେ ଲେଖିଛନ୍ତି, “ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି ।

ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ । ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି, ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟ ସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଛୁ ।”

LEAVE A REPLY

Please enter your comment!
Please enter your name here