ସକାଳୁ ୩୫ ଡିଗ୍ରୀ ଛୁଇଁଲାଣି ପାରଦ 

0
Oplus_131072

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ଆଜି ସକାଳ ୮ଟା ୩୦ ସୁଦ୍ଧା ଭବାନୀପାଟଣାରେ ସର୍ବାଧିକ ତାପମାତ୍ରା ୩୫ ଡିଗ୍ରୀ ରେକର୍ଡ କରାଯାଇଛି । ବଲାଙ୍ଗୀରରେ ୩୪.୨ ଡିଗ୍ରୀ , ରାଉରକେଲାରେ ୩୩.୪ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଚାନ୍ଦବାଲିରେ ୮ଡିଗ୍ରୀ , କଟକ, ବାରିପଦା, କେନ୍ଦୁଝର, ଝାରସୁଗୁଡ଼ା ଓ ବାଲେଶ୍ୱରରେ ପାରଦ ୩୩ ଡିଗ୍ରୀ ରହିଛି । ଟିଟିଲାଗଡ଼ରେ ୩୪.୪, ଭୁବନେଶ୍ୱର ଓ ତାଳଚେରରେ ୩୨.୨, ଭଦ୍ରକ, ନୂଆପଡ଼ା ଓ ଜଗତସିଂହପରେ ୩୧.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଆଜି ନୟାଗଡ଼, ଅନୁଗୁଳୁ, ମୟୁରଭଞ୍ଜ ଓ ବୌଦ୍ଧରେ ଭୀଷଣ ଗ୍ରୀଷ୍ମପ୍ରବାହ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେପଟେ ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ପାଣିପାଗ ବିଭାଗର ସୂଚନା ଅନୁସାରେ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ପାଶ୍ୱବର୍ତୀ ଜିଲ୍ଲା ଗୁଡ଼ିକରେ ବଙ୍ଗୋପସାଗର ଅଂଚଳରୁ ପ୍ରବାହିତ ବାୟୁର ସକ୍ରିୟତା ବୃଦ୍ଧି ସହ ଧୀରେ ଧୀରେ ଜଳୀୟ ବାଷ୍ପର ମାତ୍ରା ବୃଦ୍ଧି ପାଇଛି । ଫଳରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଏହି ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ଉତପ୍ତ ବାୟୁମଣ୍ଡଳ ପରସ୍ପର ସଂସ୍ପର୍ଶରେ ପ୍ରତିକ୍ରିୟା ଯୋଗୁଁ କାଳବୈଶାଖୀ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here