ବିପ୍ଲବୀ ପରିକ୍ରମା ବ୍ୟୁରୋ :- ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ସାଙ୍ଗକୁ ଗୁଳୁଗୁଳି ରେ ଆଉଟୁ ପାଉଟୁ ହେଉଛି ସାରା ରାଜ୍ୟ । ତେବେ ଆଗାମୀ ଶୁକ୍ରବାର ଓ ଶନିବାର ସ୍ଥିତି ଆହୁରି ଭୟଙ୍କର ହେବ। ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଭୟଙ୍କର ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ଯେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ ତାପମାତ୍ର ୪୪ ଡିଗ୍ରୀ ଅତିକ୍ରମ କରିପାରେ ବୋଲି ପୂର୍ବାନୁମାନ କରାଯାଇଛି।ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି ।ଏହି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଗତକାଲି ରାଜ୍ୟର ୧୮ଟି ସହରର ତାପମାତ୍ରା ୪୦ ଉପରେ ଥିଲା । ୪୨.୮ ଡିଗ୍ରୀ ସହ ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ ସହର ପାଲଟିଛି । ନୟାଗଡ଼ରେ ୪୨.୨, ଭୁବନେଶ୍ୱର ଓ ବଲାଙ୍ଗିରରେ ୪୧.୮, ଅନୁଗୁଳରେ ୪୧.୭ ଓ ନୟାଗଡ଼ରେ ତାପମାତ୍ରା ୪୧.୫ ଡିଗ୍ରୀ ରେକର୍ଡ ହୋଇଛି ।