ଭୁବନେଶ୍ବର ( ବିପ୍ଲବୀ ପରିକ୍ରମା ):- +୩ ଦ୍ୱିତୀୟ ବର୍ଷ ପରୀକ୍ଷା ଘୁଞ୍ଚାଇବା ଦାବିରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଫାଟକ ସମ୍ମୁଖରେ ଛାତ୍ରୀଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ କାରଣରୁ ବିଶ୍ୱବିଦ୍ୟାଳୟକୁ ଆସି ପରୀକ୍ଷା ଦେବା ସମ୍ଭବ ନୁହେଁ ବୋଲି ଛାତ୍ରଛାତ୍ରୀମାନେ କହିଛନ୍ତି। ତେଣୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପରୀକ୍ଷା ତାରିଖ ଘୁଞ୍ଚାଇ ଦିଅନ୍ତୁ ବୋଲି ଛାତ୍ରୀମାନେ ଦାବି କରିଛନ୍ତି।ଏହି ଦାବି ନେଇ ଗୁରୁବାର କୁଳପତିଙ୍କ କାର୍ଯ୍ୟାଳୟ ବାହାରେ ଧାରଣା ଦିଆଯାଇଥିବା ବେଳେ ଆଜି ଫାଟକ ସମ୍ମୁଖରେ ଛାତ୍ରୀମାନେ ଧାରଣାରେ ବସିଛନ୍ତି।