ଭୋଟ ଦେଉଛି ଓଡିଶା : ପ୍ରଥମ ପର୍ଯ୍ୟାୟରେ ୪ସଂସଦୀୟ କ୍ଷେତ୍ର ଓ ୨୮ବିଧାନସଭା ଆସନରେ ଭୋଟିଂ

0

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହେଲା ଓଡ଼ିଶା। ଆଜି ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ୍ ଥିବା ବେଳେ ଓଡ଼ିଶାରେ ଚାଲିଛି ପ୍ରଥମ ପର୍ଯ୍ୟାୟ ଭୋଟ୍। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ଏହା ପୂର୍ବରୁ ମକ୍ ପୋଲ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ।୨୪ ସିଂହାସନ ହାତେଇବା ପାଇଁ ପ୍ରଚାର ମଇଦାନରେ ଏଥର ବଳ କଷାକଷି ତୀବ୍ର ହୋଇଥିବା ବେଳେ ନିଜ ଦଳର ସଫଳତା ନେଇ ଆଗୁଆ ଆକଳନ କରିଛନ୍ତି ନେତା । ୨୮ ଆସନରୁ ବିଜେଡି ୨୪ ଆସନରେ ବାଜିମାତ ପାଇଁ ଦମ୍ଭୋକ୍ତି ଦେଖାଇଛନ୍ତି ପାଣ୍ଡିଆନ୍ । ଏପଟେ ୨୦ରୁ ଅଧିକ ଆସନ ଜିତିବ ବୋଲି ବିଜେପି ଆଶା ରଖିଥିବା ବେଳେ କଂଗ୍ରେସ ମଧ୍ୟ ଆଶାତୀତ ସଫଳତା ହାସଲ କରିବେ ବୋଲି ଦାବି କରିଛି ।ଏହି ୪ଟି ଲୋକସଭା ନିର୍ବାଚନମଣ୍ଡଳୀରେ ୬୨ ଲକ୍ଷ ୮୭ ହଜାର ୨୨୨ ଭୋଟର ମତଦାନ କରିବେ । ଏମାନଙ୍କ ମଧ୍ୟରେ ୩୦ ଲକ୍ଷ ୯୭ ହଜାର ୫୨୭ ପୁରୁଷ ଏବଂ ୩୧ ଲକ୍ଷ ୮୯ ହଜାର ୬୦ ମହିଳା ଏବଂ ୬୩୫ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି । ଏହି ପର୍ଯ୍ୟାୟରେ ପୁରୁଷଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି । ସେହିପରି ୧ ଲକ୍ଷ ୭୫ ହଜାର ଯୁବ ଭୋଟର ରହିଛନ୍ତି ।ପ୍ରଥମ ପର୍ଯ୍ୟାୟରେ ଭୋଟ ପାଇଁ ୭ ହଜାର ୩୦୩ ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି । ୭୧୫ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ବାରା ପରିଚାଳିତ ହେଉଛି। ୧ ହଜାର ୨୬୪ଟି କ୍ରିଟିକାଲ ମତଦାନ କେନ୍ଦ୍ର ରହିଛି । ସେହିପରି ୪ଟି ପର୍ଯ୍ୟାୟରେ ସଂସଦୀୟ କ୍ଷେତ୍ର ଲାଗି ୩୭ ଜଣ ପ୍ରାର୍ଥୀ ଥିବା ବେଳେ ବିଧାନସଭା ଲାଗି ୨୪୩ ପ୍ରାର୍ଥୀ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି । ଶୃଙ୍ଖଳିତ ମତଦାନଠୁ ଆରମ୍ଭ କରି ସୁରକ୍ଷା ନେଇ ବ୍ୟାପକ ବ୍ୟବସ୍ଥା ହୋଇଛି । ଏଥିପାଇଁ ମୁତୟନ ହୋଇଛନ୍ତି ୧୭ ହଜାର ପୋଲିସ ଫୋର୍ସ ୧୦୪ କମ୍ପାନୀ ଅର୍ଦ୍ଧସାମରିକ ବାହିନୀ । ସେହିପରି ୬୦୦ ମୋବାଇଲ ପେଟ୍ରୋଲିଂ ପାର୍ଟିଙ୍କୁ ନିୟୋଜିତ କରାଯାଇଛି । ସେହିପରି ସୀମାରେ ଚେକିଂ କଡ଼ାକଡ଼ି କରୁଛି ପୋଲିସ । ୫୧ଟି ଆନ୍ତଃରାଜ୍ୟ ବର୍ଡର ଚେକ୍ ପୋଷ୍ଟ କରାଯାଇଛି। ଜିଲ୍ଲା ସୀମାବର୍ତ୍ତୀ ଅଞ୍ଚଳରେ ୫୦ଟି ଚେକ୍‌ ପୋଷ୍ଟ କରାଯାଇଛି ।

LEAVE A REPLY

Please enter your comment!
Please enter your name here