କଟକ( ବିପ୍ଲବୀ ପରିକ୍ରମା )ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ , ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ପାସ୍ ହାର ରହିଛି ୯୬.୦୭ ପ୍ରତିଶତ ରହିଛି । ପୁଅମାନଙ୍କ ତୁଳନାରେ ଝିଅମାନେ ଭଲ କରିଥିବା ବେଳେ ଛାତ୍ରମାନଙ୍କ ପାସ୍ ହାର ରହିଛି ୯୫.୩୯ ପ୍ରତିଶତ, ଛାତ୍ରୀମାନଙ୍କ ପାସ୍ ହାର୯୬.୭୩ ପ୍ରତିଶତ ରହିଛି। ଚଳିତ ଥର ରାଜ୍ୟର ୨୬୪୪ଟି ବିଦ୍ୟାଳୟରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି। ଯେଉଁ ସ୍ଥାନରେ ଇଣ୍ଟରନେଟ୍ ସୁବିଧା ନାହିଁ, ସେସବୁ ସ୍ଥାନରେ ଛାତ୍ରଛାତ୍ରୀମାନେ ମୋବାଇଲ୍ ଫୋନ୍ ମାଧ୍ୟମରେ OR10<Roll No> ଟାଇପ୍ କରି ମୋବାଇଲ୍ ନଂ ୫୬୭୬୭୫୦ କୁ ଏସ୍ଏମ୍ଏସ୍ କରି ପରୀକ୍ଷାଫଳ ପାଇପାରିବେ। ଦିନ ୧୨ଟା ୩୦ ପରେ ଛାତ୍ରଛାତ୍ରୀଙ୍କ ଟାବୁଲେସନ୍ ରେଜିଷ୍ଟର୍ ନମ୍ବର ସ୍କୁଲରୁ ମିଳିବ।
ବିଦ୍ୟାଳୟର ମୁଖ୍ୟ/ପ୍ରଧାନଶିକ୍ଷକମାନେ ୟୁଜର ଆଇଡି ଓ ପାସ୍ୱାର୍ଡ ବ୍ୟବହାର କରି ଟାବୁଲେସନ୍ ରେଜିଷ୍ଟର୍କୁ ଡାଉନ୍ଲୋଡ୍ କରିପାରିବେ। ଚଳିତ ବର୍ଷ ପ୍ରଥମ କରି ବୋର୍ଡ ପକ୍ଷରୁ ଫଳ ପ୍ରକାଶ ଦିନ ଛାତ୍ରଛାତ୍ରୀଙ୍କୁ ଡିଜିଟାଇଜ୍ ବୋର୍ଡ ସାର୍ଟିଫିକେଟ୍ ପ୍ରଦାନ ବ୍ୟବସ୍ଥା ହୋଇଛି। ରବିବାର ଅପରାହ୍ଣ ୪ଟାରୁ ଅନ୍ଲାଇନ୍ରେ ମାଟ୍ରିକ୍, ମଧ୍ୟମା ଓ ଓପନ୍ ସ୍କୁଲ ପରୀକ୍ଷାର ଡିଜିଟାଇଜ୍ ବୋର୍ଡ ସାର୍ଟିଫିକେଟ୍ ଉପଲବ୍ଧ ହେବ। ଏହି ଡିଜିଟାଇଜ୍ ସାର୍ଟିଫିକେଟ୍ ଛାତ୍ରଛାତ୍ରୀମାନେ ମୋବାଇଲ୍ ମାଧ୍ୟମରେ ମଧ୍ୟ ପାଇପାରିବେ। ପରୀକ୍ଷାଫଳ ପ୍ରକାଶ ପରେ ମେ’ ୨୯ରୁ ଜୁନ୍ ୧୨ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ରିଚେକିଂ ପାଇଁ ଆବେଦନ କରିପାରିବେ। ମାଟ୍ରିକ ପାଇଁ ଅନ୍ଲାଇନ୍ରେ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପାଇଁ ଅଫ୍ଲାଇନ୍ରେ ରିଚେକିଂ ଆବେଦନ କରିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।