ବିପ୍ଲବୀ ପରିକ୍ରମା ବ୍ୟୁରୋ :- ଆଜିଠାରୁ ଓଡ଼ିଶାରେ ଆରମ୍ଭ ହୋଇଛି ବିଜେପି ସରକାର। ଜନତା ମଇଦାନନରେ ଆୟୋଜିତ ଭବ୍ୟ ସମାରୋହରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ପ୍ରଥମେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ମୋହନ ଚରଣ ମାଝୀ ଶପଥ ପାଠ କରିଥିଲେ। ଏହାପରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡାଙ୍କ ସମେତ ୮ ଜଣ ବିଧାୟକ କ୍ୟାବିନେଟ ମନ୍ତ୍ରୀ ଓ ୫ ଜଣ ବିଧାୟକ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ।
ଓଡିଶାର ରାଜ୍ୟପାଳ ରଘୁବର ଦାସ ମୁଖମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼, ୮କ୍ୟାବିନେଟ ମନ୍ତ୍ରୀ ଏବଂ ୫ ରାଷ୍ଟ୍ରମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏଥିସହ ଓଡିଶାରେ ଆରମ୍ଭ ହେଇଛି ମୋହନ ମାଝୀଙ୍କ ସରକାର। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସରକାରର ପ୍ରଥମ କ୍ୟାବିନେଟ ବୈଠକ ବସିବ ବୋଲି ଜଣାପଡ଼ିଛି।
ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଅମିତ ଶାହା, ନୀତିନ ଗଡକରୀ, ରାଜନାଥ ସିଂହ, ବିଜେଡି ସଭାପତି ତଥା ବିଦାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେପି ଶାସିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହେଇଥିଲେ।