Chief Minister’s strict instructions to Police DG

0

ପୋଲିସ ଡିଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଧେଶ ||

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ):- ରାଜ୍ୟ ପୋଲିସ ଡିଜିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ । ଥାନାକୁ ଆସୁଥିବା ଅଭିଯୋଗକାରୀ ଯେପରି ହଇରାଣ ନ ହୁଅନ୍ତି ସେଥିପ୍ରତି ଦୃଷ୍ଟି ଦିଅନ୍ତୁ । ପୋଲିସ ଲୋକଙ୍କୁ ଉତ୍ତମ ବ୍ୟବହାର କରୁ । ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେବା ସହ ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।ଆଜି ରାଜ୍ୟ ଅତିଥିଭବନରେ ଓଡ଼ିଶାର ଆଇନଶୃଙ୍ଖଳା ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି ।

ପୋଲିସ ଡିଜି, ଗୁଇନ୍ଦା ନିର୍ଦ୍ଦେଶକ, ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ବିଭିନ୍ନ ଜିଲ୍ଲାର ଏସପି ମଧ୍ୟ ଉପସ୍ଥିତ ଅଛନ୍ତି । ରାଜ୍ୟ ଅତିଥି ଭବନରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବୈଠକ ହୋଇଛି । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ବିଭିନ୍ନ ବିଭାଗର ସଚିବ ଓ ଅଧିକାରୀଙ୍କ ସହ ବୈଠକ କରିଛନ୍ତି । ଏହାରି ଭିତରେ ଆଜି ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ନେଇ ଡିଜିପି ଓ ଗୁଇନ୍ଦା ନିର୍ଦ୍ଦେଶକଙ୍କ ସହ ବୈଠକ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

LEAVE A REPLY

Please enter your comment!
Please enter your name here