Surma Padhi is the new Speaker of Odisha Assembly

0

ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ):- ପୁଣି ବିଧାନସଭା ଦେଖିଲା ମହିଳା ବାଚସ୍ପତି । ପ୍ରମିଳା ମଲ୍ଲିକଙ୍କ ପରେ ବିଧାନସଭା ପରିଚାଳନାର ମଙ୍ଗ ଧରିଲେ ସୁରମା ପାଢୀ। ରଣପୁର ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ସୁରମା ପାଢ଼ୀ ଆଜି ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ । ସର୍ବସମ୍ମତି କ୍ରମେ ବାଚସ୍ପତି ଭାବେ ନିର୍ବାଚିତ ହେଲେ ସୁରମା ପାଢ଼ୀ । ଏକମାତ୍ର ପ୍ରାର୍ଥୀ ଥିବାରୁ ସେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଗତକାଲି ବିଜେପି ପକ୍ଷରୁ ବାଚସ୍ପତି ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ରଣପୁର ବିଧାୟିକା ସୁରମା ପାଢ଼ୀ । ତେବେ ଆଜି ସର୍ବସମ୍ମତି କ୍ରମେ ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରମା ପାଢ଼ୀ ।ଗତକାଲି ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, କ୍ୟାବିନେଟ ମନ୍ତ୍ରୀ ଓ ବିଧାୟକଙ୍କ ଉପସ୍ଥିତିରେ ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିଲେ । ଅନ୍ୟପକ୍ଷରେ ବାଚସ୍ପତିକୁ ନେଇ ସସପେନ୍ସ ହଟିବା ପରେ ଏବେ କିଏ ହେବେ ଉପ ବାଚସ୍ପତି, ସରକାରୀ ଦଳ ମୁଖ୍ୟସଚେତକ ଓ ଉପମୁଖ୍ୟ ସଚେତକ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି।

LEAVE A REPLY

Please enter your comment!
Please enter your name here