It will rain heavily till the next 30th

0
Oplus_131072

ଆସନ୍ତା ୩୦ ଯାଏଁ ପ୍ରବଳ ବର୍ଷିବ

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ ଆସନ୍ତା 30 ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ପାଇଁ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅର୍ଥାତ ଏହିସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଥିବା ଆକଳନ କରିଛି ବିଭାଗ ।

ସେହିପରି ଖୋର୍ଦ୍ଧା,ପୁରୀ,ବାଲେଶ୍ଵର, ଯାଜପୁର,କଟକ, ବଲାଙ୍ଗୀର,ନୂଆପଡ଼ା, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଅର୍ଥାତ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ମଧ୍ୟ ବହିବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜିଠାରୁ ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ଏହା ସଂଲଗ୍ନ ଜିଲ୍ଲା ଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗିରହିବ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସହିତ କିଛି ଜାଗାରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ତେଣୁ ଆଗାମୀ ୩ ଦିନ ପାଇଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।

LEAVE A REPLY

Please enter your comment!
Please enter your name here