Soren was granted bail by the High Court

0
Oplus_131072

ସୋରେନ୍‌ଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍‌

ଝାଡଖଣ୍ଡ ( ବିପ୍ଲବୀ ପରିକ୍ରମା ):- ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଜମି ଦୁର୍ନୀତି ମାମଲାରେ ଜାମିନ ମିଳିଛି । ତାଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟରୁ ଜାମିନ ମିଳିଛି । ପାଖାପାଖି ୫ ମାସ ପରେ ହେମନ୍ତ ସୋରେନ ଆଜି ଜେଲରୁ ମୁକୁଳିଛନ୍ତି । ଜାନୁଆରୀ ୩୧ତାରିଖରେ ହେମନ୍ତ ସୋରେନଙ୍କୁ ଗିରଫ କରାଯାଇଥିଲା । ହେମନ୍ତ ସୋରେନଙ୍କ ବିରୋଧରେ ୮.୪୨ ଏକର ଜମି ଦୁର୍ନୀତି ଅଭିଯୋଗ ରହିଛି । ଏବେ ହାଇକୋର୍ଟଙ୍କ ନିଷ୍ପତିକୁ ଇଡି ସୁୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିପାରେ ।ଗତ ଜାନୁଆରୀରେ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ଗିରଫ କରିଥିଲା। ଏହାପୂର୍ବରୁ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ଦେବାର କିଛି ସମୟ ମଧ୍ୟରେ ଇଡି ହେମନ୍ତ ସୋରେନଙ୍କୁ ଗିରଫ କରିଥିଲା। ନ ସୁପ୍ରିମକୋର୍ଟରେ ଏହି ମାମଲା ପହଞ୍ଚିଥିବା ବେଳେ ଏବେ ହାଇକୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି।

କୋର୍ଟରେ ଯୁକ୍ତି ବାଢିବା ସମୟରେ, ସୋରେନ୍ ରାଞ୍ଚିରେ ବେଆଇନ ଭାବେ ୮.୮୬ ଏକର ଜମି ହଡ଼ପ କରିଥିବା ଅଭିଯୋଗ କରିଥିଲା ଇଡି । ଇଡିର ଅଭିଯୋଗକୁ ଖଣ୍ଡନ କରି, ସୋରେନଙ୍କ ଗିରଫଦାରୀ ରାଜନୈତିକ ଉଦ୍ଦେଶ ପ୍ରଣୋଦିତ ଓ ମିଥ୍ୟା ମାମଲାରେ କରାଯାଇଛି ବୋଲି ହେମନ୍ତଙ୍କ ଓକିଲ କହିଥିଲେ । ଉଭୟ ପକ୍ଷଙ୍କୁ ଶୁଣିବା ପରେ ହେମନ୍ତ ସୋରେନ୍‌ଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ଦୁଇଟି ମାମଲାରେ ଦାଖଲ କରିବା ପରେ ହାଇକୋର୍ଟ ସୋରେନଙ୍କୁ ବେଲ୍ ପ୍ରଦାନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here