The President will be on a 4-day visit to Odisha

0
Oplus_131072

୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

 

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ଏଥର ପୁରୀରେ ରଥଯାତ୍ରା ଦେଖିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି । ଆସନ୍ତା ୬ ତାରିଖ ଦିନ ଓଡ଼ିଶାରେ ପହଞ୍ଚିବେ ମହାମହିମ ରାଷ୍ଟ୍ରପତି । ଜୁଲାଇ ୬ରେ ଓଡ଼ିଶାରେ ପହଞ୍ଚିବା ପରେ ପ୍ରଥମେ ଗୋପବନ୍ଧୁଙ୍କ ୯୭ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ । ତା’ପରଦିନ ଅର୍ଥାତ ୭ ତାରିଖ ରଥଯାତ୍ରା ଦିନ ପୁରୀକୁ ଗସ୍ତ କରିବା ସହ ସେହିଦିନ ଅପରାହ୍ନରେ ରଥଯାତ୍ରା ଦେଖିବେ ମହାମହିମ ଦ୍ରୌପଦୀ ମୁର୍ମୁ ।

ଏହାପରେ ଜୁଲାଇ ୮ ତାରିଖ ଦିନ ସକାଳୁ ପୁରୀ ବେଳାଭୂମିରେ ମର୍ଣ୍ଣିଂ ୱାକ୍ କରିବାର କାର୍ଯ୍ୟକ୍ରମ ରହିଛି । ଏପରିକି ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା ମଧ୍ୟ ପରିଦର୍ଶନ କରିବେ ମହାମହିମ ଦ୍ରୌପଦୀ ମୁର୍ମୁ । ଜୁଲାଇ ୯ ତାରିଖରେ ନାଇଜର ସ୍ନାତକ ସମାରୋହରେ ଯୋଗଦେବେ ।ସେହିଭଳି ଚଳିତ ଥର ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ। ଭକ୍ତଙ୍କ ସଂଖ୍ୟା ଗଣନା ନେଇ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । କହିଛନ୍ତି, ପୁରୀକୁ ସଂଯୋଗ କରୁଥିବା ପ୍ରମୁଖ ୩ଟି ମାର୍ଗରେ ଗଣନା ହେବ। ହୋଟେଲ, ଧର୍ମଶାଳା ଓ ଲଜିଂରେ ମଧ୍ୟ ଯାତ୍ରୀଙ୍କ ଗଣନା ହେବ। ଏଥିସହ ବସ୍, ଅଟୋ, କାର୍ , ବାଇକରେ ଆସୁଥିବା ଯାତ୍ରୀଙ୍କୁ ମଧ୍ୟ ଏହି ଗଣନାରେ ସାମିଲ କରାଯିବ ।

LEAVE A REPLY

Please enter your comment!
Please enter your name here