ବିପ୍ଲବୀ ପରିକ୍ରମା ବ୍ୟୁରୋ :- ରାଜ୍ୟରେ ଆହାର କେନ୍ଦ୍ର ବନ୍ଦ ହେବନାହିଁ। ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଆହାର କେନ୍ଦ୍ର ହେଇଛି। ତେଣୁ ଏହା ଚାଲୁ ରହିବ। ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏନେଇ ଆଜି ସ୍ପଷ୍ଟୋକ୍ତି ରଖିଛନ୍ତି। ରାଜ୍ୟରେ ବିଜେପି ପ୍ରଥମ ଥର ପାଇଁ ସରକାର ଗଢ଼ିଛି। ତେଣୁ ବିଜେଡି ସରକାରର ଯୋଜନାର ଭବିଷ୍ୟତକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ଆଜି ମନ୍ତ୍ରୀ ଆହାର ଯୋଜନା ବାବଦରେ ସ୍ପଷ୍ଟୀକରଣ ରଖିଛନ୍ତି। ଆଜି ମନ୍ତ୍ରୀ ରାଜଧାନୀର କ୍ୟାପିଟାଲ ହସ୍ପିଟାଲରେ ଥିବା ଆହାର କେନ୍ଦ୍ର ଯାଇଥିଲେ। ନିୟମ ଅନୁଯାୟୀ ନିଜେ ଆହାର କେନ୍ଦ୍ରରେ ଟୋକନ ଆଣିଥିଲେ। ପରେ ଧାଡ଼ିରେ ଯାଇ ଖାଇବା ଥାଳି ଆଣି ନିଜେ ଖାଇଥିଲେ।ଖାଇବା ଥାଳିରେ ଆଉ ଅଧିକ କଣ ଦିଆଯାଇପାରିବ ସେ ଦିଗରେ ସମୀକ୍ଷା କରିବା ପରେ କଣ ପଦକ୍ଷେପ ନେଇହେବ ଚିନ୍ତା କରିବେ ବୋଲି ମନ୍ତ୍ରୀ କହିଛନ୍ତି। ଆହାର କେନ୍ଦ୍ରରେ ଦିଆଯାଉଥିବା ଖାଦ୍ୟରେ ପରିବା କମିଛି। ନିଜେ ଖାଦ୍ୟ ଖାଇବା ପରେ ଏହାକୁ ସ୍ବୀକାର କରିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ତେବେ ଆହର କେନ୍ଦ୍ରର ନାମ ପରିବର୍ତ୍ତନ ନେଇ କହିଛନ୍ତି, ଆବଶ୍ୟକ ହେଲେ ପରିବର୍ତ୍ତନ କରାଯିବ।