ବଦଳିଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନାମ

0

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ):- ରାଜ୍ୟ ସରକାର ତାଙ୍କର ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛନ୍ତି । ଏହି କ୍ରମରେ ଅର୍ଥ ବିଭାଗ ନିଜ ପାଖରେ ରଖିଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ପାଠ କରିଥିଲେ । ୨ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୂର୍ବ ସରକାରଙ୍କ ଦ୍ୱାରା ପରିଚାଳିତ ହେଉଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନାମ ପରିବର୍ତ୍ତନ କରି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ନାମରେ ନାମିତ କରିଛନ୍ତି । ଏହାସହ ଏହି ଯୋଜନା ପାଇଁ ରାଜ୍ୟ ସରକାର ବଜେଟରେ ୫୪୫୦ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି । ଏହି ଯୋଜନା ଅଧିନରେ ରାଜ୍ୟର ଗରିବ ଶ୍ରେଣୀର ପୁରୁଷ ୫ ଲକ୍ଷ ମହିଳାମାନେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣାରେ ଚିକିତ୍ସା ପାଇପାରିବେ ।ସେହିପରି ବଜେଟରେ ଭତ୍ତାର ପରିଣାକୁ ବୃଦ୍ଧି କରାଯାଇଛି । ବଜେଟରେ ଭତ୍ତା ପାଇଁ ୭ ହଜାର ୬ ଶହ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କ ନାଗରିକ ଓ ୮୦ ପ୍ରତିଶତରୁ କମ ହୋଇନଥିବା ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ଲାଗି ଉଭୟ ମଧୁବାବୁ ପେନସନ ଯୋଜନା ଓ ଜାତୀୟ ସୁରକ୍ଷା ଭତ୍ତାକୁ ୩ ହଜାର ୫ ଶହ ଟଙ୍କାକୁ ବୃଦ୍ଧି କରାଯିବ ।

LEAVE A REPLY

Please enter your comment!
Please enter your name here