ଗଞ୍ଜାମ ( ବିପ୍ଲବୀ ପରିକ୍ରମା ):- ଗଂଜାମ ଜିଲ୍ଲା ଆସିକା ବ୍ଲକ ବରଗାଁ ମହାସଭା ପଡିଆ ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଉଦଘାଟିତ ହୋଇଯାଇଛି l ଗ୍ରାମୀଣ ଓଡ଼ିଶାର ରୂପାନ୍ତରଣ ଯାତ୍ରାକୁ ଆଗକୁ ନେବା ସହ ଗ୍ରାମାଞ୍ଚଳର ଭିତ୍ତିଭୂମିକୁ ସୁଦୃଢ କରିବା ଲକ୍ଷ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସଚେତନତା ଶିବିର ଆୟୋଜନ କରାଯାଇଛି l ବିଶେଷକରୀ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ, ସାଂସ୍କୃତିକ ଭିତ୍ତିଭୂମିର ବିକାଶ, ବିଭିନ୍ନ ଗୋଷ୍ଠୀଭିଭିକ ଆବଶ୍ୟକୀୟ ପ୍ରକଳ୍ପ, ମିଶନଶକ୍ତି ଗୃହ, ଡିଜିଟାଲ ସେବା ନିମନ୍ତେ ଆବଶ୍ୟକୀୟ ଭିତ୍ତିଭୂମିର ବିକାଶ ଓ ଅନ୍ୟାନ୍ୟ ଆନୁଷ୍ଠାନିକ ବ୍ୟବସ୍ଥା ଯେପରି ପଞ୍ଚାୟତ ସ୍ତରୀୟ ଲୋକଙ୍କ ପାଖରେ ପହଞ୍ଚାଯାଇ ପରିବା ସେନେଇ ଏହି ସଚେତନତା ଶିବିର ସରକାରଙ୍କ ପକ୍ଷରୁ ଆୟୋଜନ କରାଯାଇଥିବା ବେଳେ ପର୍ଯ୍ୟାୟ କ୍ରମେ ବ୍ଲକର ପ୍ରତ୍ୟେକ ପଞ୍ଚାୟତ ରେ ଆୟୋଜନ କରାଯିବାର କାର୍ଯ୍ୟକ୍ରମ ରହିଥିବା ଜଣାପଡିଛି l
ଏହି ସଚେତନତା ଶିବିରରେ ଆସିକା ସାଂସଦ ପ୍ରମିଳା ବିଷୋୟୀ ଓ ବିଧାୟିକା ମଞ୍ଜୁଳା ସ୍ୱାଇଁ ପ୍ରମୁଖ ଅତିଥିଭାବେ ଯୋଗଦେଇଥିବା ବେଳେ ବିଭିନ୍ନ ପଞ୍ଚାୟତର ସରପଞ୍ଚ,ସମିତି ସଭ୍ୟ ଓ ଏସଏଚଜି ମହିଳା ମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ I